Posted inଖେଳ

ବାଂଲାଦେଶ ଆଗରେ ୨୯୮ ରନ୍‌ର ବିଶାଳ ଟାର୍ଗେଟ୍‌: ସିରିଜ କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ

ହାଇଦ୍ରାବାଦ,୧୨।୧୦: ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମ ହାଇଦ୍ରାବାଦରେ ଶନିବାର ଭାରତ-ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟି୨୦ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚରେ ସାମସନ୍‌ଙ୍କ ବିସ୍ଫୋରକ ଶତକ ଏବଂ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୨୯୭ ରନ୍‌ କରି ରେକର୍ଡ ସ୍କୋର ଛିଡ଼ା କରିଛି। ଫଳରେ ବାଂଲାଦେଶ ଆଗରେ ୨୯୮ ରନ୍‌ର ବିଶାଳ ଟାର୍ଗେଟ ରଖିଛି ଭାରତ। ଟି-୨୦ ଇତିହାସରେ ସର୍ବୋଚ୍ଚ ସ୍କୋର ନେପାଳ ନାଁରେ ରହିଛି। ନେପାଳ ଗତ ବର୍ଷ ମଙ୍ଗୋଲିଆ ବିରୋଧରେ ୩୧୪ ରନ୍‌ କରିଥିଲା ।

ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଭାରତର ଓପନର ଅଭିଷେକ ଶର୍ମା ମାତ୍ର ୪ ରନ୍‌ କରି ଆଉଟ୍‌ ହୋଇଥିଲେ। ହେଲେ ସଞ୍ଜୁ ସାମସନ୍‌ ଏବଂ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଲଢୁଆ ବ୍ୟାଟିଂ କରି ସ୍କୋରକୁ ଆଗେଇ ନେଇଥିଲେ। ସାମସନ୍‌ ବିସ୍ଫୋରକ ବ୍ୟାଟିଂ କରି ମାତ୍ର ୪୭ଟି ବଲରୁ ୧୧୧ ରନ୍‌ କରିଥିଲେ । ସଞ୍ଜୁ ଏହି ଇନିଂସରେ ୧୧ଟି ଚୌକା ଓ ୮ଟି ଛକା ମାରିଥିଲେ । ସେହିପରି ସୂର୍ଯ୍ୟକୁମାର ୩୫ଟି ବଲରୁ ୭୫ ରନ୍‌ କରିଥିଲେ । ହାର୍ଦ୍ଦିକ ପାଣ୍ଡ୍ୟା ୪୭ ରନ୍‌ ଓ ରିୟାନ ପରାଗ ୩୪ ରନ୍‌ କରିଥିଲେ। ଫଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୨୯୭ ରନ୍‌ କରି ରେକର୍ଡ ସ୍କୋର ଛିଡ଼ା କରିଥିଲା। ବାଂଲାଦେଶ ବ୍ୟାଟିଂ ଆରମ୍ଭ କରି ୪ ଓଭରରେ ୨ ଉଇକେଟ ହରାଇ ୩୯ ରନ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?