ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଶନିବାର ବନ ବିଭାଗକୁ ନାକେଦମ୍‌ ହେବାକୁ ପଡ଼ିଛି।
ସୂଚନା ଅନୁଯାୟୀ, ଧାମରା ବନ୍ଦର ୩ ନଂ. ଗେଟ୍‌ ଆଗରେ ଏକ ମହାବଳ ବାଘ ବୁଲୁଥିବାର ଭିଡିଓ କେହି ଜଣେ ଭାଇରାଲ କରିଛନ୍ତି। ପ୍ରକୃତରେ ସେଠାରେ ବାଘ ଅଛି ନା କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ମାଧ୍ୟମରେ ପ୍ରସ୍ତୁତ କରାଯାଇ ଭାଇରାଲ ହୋଇଛି, ତାହାର ପ୍ରକୃତ ତଥ୍ୟ ଜଣାପଡ଼ିନାହିଁ। ତେବେ ଏହି ଭିଡିଓ ଭାଇରାଲ ହେବା ପରେ ଧାମରା ବନପାଳ କୁମୁଦ ଚନ୍ଦ୍ର ସାହୁ ଏବଂ କରଞ୍ଜମାଳ ବନପାଳ ସନ୍ତୋଷ ମାଝୀ ୫ଜଣ ବନରକ୍ଷୀଙ୍କୁ ନେଇ କଇଥଖୋଲା, କରଞ୍ଜମାଳ ଅଞ୍ଚଳ ବୁଲି ଦେଖିବା ସହ କୌଣସି ସ୍ଥାନରେ ବାଘର ପାଦଚିହ୍ନ ମଧ୍ୟ ପାଇନାହାନ୍ତି। ପ୍ରଥମେ ଧାମରା ବନ୍ଦର କର୍ତ୍ତୃପକ୍ଷଙ୍କ ସିସି କ୍ୟାମେରାରେ ଏହି ଭିଡିଓ କଏଦ ହୋଇଥିବା କଥା ଶୁଣିବାକୁ ମିଳିଥିବା ବେଳେ ଧାମରା ବନ୍ଦର କର୍ତ୍ତୃପକ୍ଷ ଏହାକୁ ଅଗ୍ରାହ୍ୟ କରିଦେଇଥିଲେ। ଶନିବାର ଦିନତମାମ ବନପାଳ ଏବଂ ବନରକ୍ଷୀମାନେ ସମସ୍ତ ସ୍ଥାନ ବୁଲି ଦେଖିଥିଲେ ମଧ୍ୟ ମହାବଳ ବାଘର କୌଣସି ସୁରାକ୍‌ ପାଇନାହାନ୍ତି। ଏଣୁ କେଉଁ ପରିସ୍ଥିତିରେ ଏବଂ କିଏ ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିଛନ୍ତି, ସେଥିପ୍ରତି ଜିଲା ପ୍ରଶାସନ ସଜାଗ ହେବା ସହ ତୁରନ୍ତ ଭାଇରାଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଅଞ୍ଚଳବାସୀ ଦାବି ଜଣାଇଛନ୍ତି। ତେବେ ଭାଇରାଲ ଭିଡିଓକୁ ଦେଖି ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି। ଏନେଇ ଡିଏଫ୍‌ଓ ସୌଭାଗ୍ୟ ରଞ୍ଜନ ସାହୁ କହିଛନ୍ତି, ଏହା ଏଆଇ ଭିଡିଓ। ଧାମରାକୁ ବାଘ ଆସିବା ପାଇଁ କୌଣସି ଜଙ୍ଗଲ କରିଡର୍‌ ନାହିଁ। ଏଣୁ ବାଘ ଏଠାକୁ ଆସିବା ଅସମ୍ଭବ। ତଥାପି ବିଭାଗ ପକ୍ଷରୁ ବିଭିନ୍ନ ପ୍ରକାର ଅନୁସନ୍ଧାନ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri