ମୌଳିକ ସୁବିଧା ଦାବିରେ ଅନଶନ

ସାରସକଣା,୬ା୨- ମୟୂରଭଞ୍ଜ ଜିଲା ଝାରପୋଖରିଆ ସ୍ଥିତ ବସ୍‌ଷ୍ଟାଣ୍ଡଠାରେ ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ଦାବିରେ ସ୍ଥାନୀୟ ଅଞ୍ଚଳର କ୍ଷୀରୋଦ ଚନ୍ଦ୍ର ଦାସ ଆମରଣ ଅନଶନରେ ବସିଛନ୍ତି। ବସ୍‌ଷ୍ଟାଣ୍ଡରେ ଯାତ୍ରୀ ପ୍ରତୀକ୍ଷାଳୟ, ଶୌଚାଳୟ, ପାନୀୟ ଜଳ ଓ ଆଲୋକ ବ୍ୟବସ୍ଥା ପାଇଁ ଗତ ୨୯ ତାରିଖରେ ଜିଲାପାଳଙ୍କ ଉଦ୍ଦେଶ୍ୟରେ ସେ ଅତିରିକ୍ତ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଏହି ବସ୍‌ଷ୍ଟାଣ୍ଡରେ ଯାତ୍ରୀପ୍ରତୀକ୍ଷାଳୟ ଓ ଶୌଚାଳୟ ନିର୍ମାଣ କାର୍ଯ୍ୟର ଭୂମିପୂଜନ ହେବାର ୩ ବର୍ଷ ବିତିଯାଇଥିଲେ ମଧ୍ୟ ଅଧାପନ୍ତରିଆ ଅବସ୍ଥାରେ ପଡ଼ି ରହିଛି। ୨୦୧୮ରେ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ଏହା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଥିଲା। ଏହି ବସ୍‌ଷ୍ଟାଣ୍ଡଟି ଓଡ଼ିଶା ସମେତ ପଡ଼ୋଶୀ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଭଳି ୩ଟି ରାଜ୍ୟର ଯାତ୍ରୀମାନଙ୍କ ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ବେଳେ ପ୍ରଶାସନିକ ଅବହେଳା କାରଣରୁ ଯାତ୍ରୀମାନେ ହଇରାଣ ହେଉଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଏହି ଦାବିକୁ ନେଇ ୨୦୧୯ ମାର୍ଚ୍ଚ ୧୫ରୁ ମଧ୍ୟ କ୍ଷୀରୋଦ ଆମରଣ ଅନଶନରେ ବସିଥଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri