ଶିକାରୀ ଗୁଳିରେ ଶିକାରୀ ମୃତ

ଜମନକିରା,୧୨।୧୨(ଡି.ଏନ.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡପାଲି ଫାଣ୍ଡି ଅନ୍ତର୍ଗତ ମେଣ୍ଢାବହାଲ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜନ୍ତୁ ଶିକାର କରିବାକୁ ଯାଇ ଶିକାରୀ ଗୁଳିରେ ଶିକାରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୁଚିଣ୍ଡା ଥାନା ଶିରିଡ଼ି ଗ୍ରାମର ରାଜେନ୍ଦ୍ର କିଶାନ (୩୦)। ଖବରପାଇ ଜମନକିରା ପୋଲିସ ୪ ଜଣ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି। ତେବେ ତଦନ୍ତରେ ବାଧା ଉପୁଜିବା ଭାବି ତଥ୍ୟ ପ୍ରଦାନ କରୁନଥିବା ଜଣାପଡିଛି।

ସୂଚନାଯୋଗ୍ୟ,ଜମନକିରା ବ୍ଲକ କୁଚିଣ୍ଡା ଥାନା ଶିରିଡ଼ି ଗାଁର ରାଜେନ୍ଦ୍ର ନିଜ ଶଶୁର ଘର ମେଣ୍ଢାବହାଲ ଗାଁକୁ ଲକ୍ଷ୍ମୀ ଯାତ୍ରା ଦେଖିବା ଯାଇଥିଲେ। ରବିବାର ରାତିରେ ସେହି ଗାଁରୁ ୫ ଜଣ ଯୁବକ ମିଶି ଜନ୍ତୁ ଶିକାର ପାଇଁ ଜଙ୍ଗଲକୁ ଯାଇ ହାକା କରି ଜନ୍ତୁଙ୍କୁ ଚାରିଆଡ଼େ ଘେରି ରଖିଥିଲେ। ଏହି ସମୟରେ ବନ୍ଧୁକ ଧରିଥିବା ଚୂଡ଼ାମଣି କିସାନ (୩୫) ଦୂରରେ ଥିବା ରାଜେନ୍ଦ୍ରଙ୍କୁ ଜନ୍ତୁ ଭାବି ଗୁଳି ଚଳାଇଥିଲେ। ଫଳରେ ରାଜେନ୍ଦ୍ରଙ୍କ ଦେହରେ ଗୁଳି ବାଜି ଘଟଣାସ୍ଥଳରେ ଟଳି ପଡିଥିଲେ। ସୋମବାର ସକାଳେ ପୋଲିସ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଅନ୍ୟପଟେ, ପୋଲିସ ଶବ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇବା ବ୍ୟବସ୍ଥା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri