୨୬ରୁ ହାଇବ୍ରିଡ୍‌ ଆଦିବାସୀ ମେଳା

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ୟୁନିଟ-୧ ଆଦିବାସୀ ପଡ଼ିଆରେ ଆସନ୍ତା ୨୬ତାରିଖରୁ ଆରମ୍ଭ ହେବ ଆଦିବାସୀ ମେଳା। କରୋନା ମହାମାରୀ ଯୋଗୁ ଷ୍ଟଲ୍‌ ସଂଖ୍ୟା ହ୍ରାସ କରି ମେଳାକୁ ୟୁନିଟ୍‌-୩ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆ ପରିବର୍ତ୍ତେ ଆଦିବାସୀ ପଡ଼ିଆରେ କରିବାକୁ ନିଷ୍ପତ୍ତି ନିଆଯାଇଛି। ଫେବୃୟାରୀ ୯ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ। ଏଥର ମେଳା ହାଇବ୍ରିଡ୍‌ ମୋଡ୍‌ରେ ଅନୁଷ୍ଠିତ ହେବ। ଏଥିପାଇଁ ଉଭୟ ଭର୍ଚୁଆଲ୍‌ ମୋଡ୍‌ ଏବଂ କ୍ଷେତ୍ରସ୍ତରୀୟ ଆୟୋଜନର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ଆଦିବାସୀ ମେଳା-୨୦୨୧ ପାଇଁ ଏକ ସ୍ବତନ୍ତ୍ର ୱେବ୍‌ସାଇଟ୍‌ କରାଯିବା ସହ ସେଥିରେ ରାଜ୍ୟ ବାହାରର ଦର୍ଶକଙ୍କୁ ପଞ୍ଜୀକରଣ କରିବାକୁ କୁହାଯାଇଛି। ରାଜ୍ୟ ବାହାରର ଦର୍ଶକ ମେଳା ବୁଲିବାକୁ ଆସିବାକୁ ହେଲେ ପ୍ରଥମେ ଏହି ୱେବ୍‌ସାଇଟରେ ପଞ୍ଜୀକରଣ କରିବାକୁ ପଡ଼ିବ। ଜାନୁୟାରୀ ୨୩ତାରିଖରୁ ଅନ୍‌ଲାଇନ ରେଜିଷ୍ଟ୍ରେଶନ ଆରମ୍ଭ ହେବା ନେଇ ସୂଚନା ମିଳିଛି।
ହାଇବ୍ରିଡ୍‌ ମୋଡ୍‌ ମେଳାର ସଫଳ ଆୟୋଜନ ନିମନ୍ତେ ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୋସିଆଲ ମିଡିଆ ପ୍ଲାଟଫର୍ମକୁ ଉଦ୍‌ଘାଟନ କରି କହିଛନ୍ତି, କୋଭିଡ୍‌ ମହାମାରୀର ଏକ ସକରାତ୍ମକ ଫଳାଫଳ ସ୍ବରୂପ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ, ପଛୁଆ ବର୍ଗ ବିକାଶ ବିଭାଗ ତରଫରୁ ଏହି ଅଭିନବ ପ୍ରଚେଷ୍ଟା ଆରମ୍ଭ ହୋଇଛି। ଏହାଦ୍ୱାରା ଓଡ଼ିଶାର ଆଦିବାସୀ ମେଳା ଦେଶ ବିଦେଶରେ ଅଧିକ ଲୋକପ୍ରିୟତା ହାସଲ କରିବ। ମେଳାର ଭର୍ଚୁଆଲ୍‌ ମୋଡ୍‌ରେ ଏକ ବିପଣୀ ପ୍ଲାଟ୍‌ଫର୍ମ ରହିବ ଯାହା ମାଧ୍ୟମରେ ଲୋକମାନେ ଆଦିବାସୀ ଉତ୍ପାଦ କ୍ରୟ କରିପାରିବେ। ଏହି ବିପଣୀ ପ୍ଲାଟଫର୍ମକୁ ବିକଶିତ କରି ଏକ ସ୍ଥାୟୀ ପ୍ଲାଟଫର୍ମ ଭାବେ ସ୍ଥାପିତ କରିବାକୁ ମହାପାତ୍ର ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ଉନ୍ନୟନ କମିଶନର ପ୍ରଦୀପ ଜେନା କହିଥିଲେ ଯେ, ବିଭାଗର ଏ ପ୍ରକାର ପ୍ରଚେଷ୍ଟା ଫଳରେ ଓଡ଼ିଶା ଆଦିବାସୀ କଳାକାର, ଶିଳ୍ପୀ, ଉଦ୍ୟୋଗୀ ଓ ବୁଣାକାରମାନେ ବିଶ୍ୱସହ ଯୋଡ଼ି ହୋଇପାରିବେ।
ମେଳା ଦୈନିକ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଖୋଲାରହିବ। କୋଭିଡ୍‌ ଗାଇଡ୍‌ଲାଇନକୁ କଡ଼ାକଡ଼ି ପାଳନ କରି ଆଦିବାସୀ ମେଳାର ଆୟୋଜନ କରାଯିବ। ଏଥର ମୋଟ ୯୦ଟି ଷ୍ଟଲ୍‌ ଖୋଲିବ। ରାଜ୍ୟର ବିଭିନ୍ନ ସମ୍ପ୍ରଦାୟର ଜନଜାତି ସମ୍ପ୍ରଦାୟ ମେଳାରେ ଅଂଶଗ୍ରହଣ କରି ସେମାନଙ୍କ ଦ୍ୱାରା ପ୍ରସ୍ତୁତ ପାରମ୍ପରିକ ସାମଗ୍ରୀ, ହସ୍ତତନ୍ତ ଓ ହସ୍ତଶିଳ୍ପ ଘରକରଣା ଓ ଘରସଜ୍ଜା ଉପକରଣ ଏବଂ ଖାଦ୍ୟ ସାମଗ୍ରୀ ବିକ୍ରିବଟା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri