Posted inଜାତୀୟ

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି ବେଙ୍ଗାଲୁରୁର ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ ବୋଲି କହିଥିଲେ। ଏହି ମାମଲାରେ ସୁପ୍ରିମକୋର୍ଟ କର୍ନାଟକ ହାଇକୋର୍ଟଙ୍କଠାରୁ ଉତ୍ତର ମାଗିଛନ୍ତି।

ବାର୍‌ ଏବଂ ବେଞ୍ଚର ରିପୋର୍ଟ ଅନୁଯାୟୀ, ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଡି.ଓ୍ବାଇ ଚନ୍ଦ୍ରଚୂଡ, ଜଷ୍ଟିସ୍‌ ରାଜୀବ ଖାନ୍ନା, ଜଷ୍ଟିସ୍‌ ବି.ଆର୍‌ ଗଓ୍ବାଇ, ଜଷ୍ଟିସ୍‌ ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ୍‌ ହୃଷୀକେଶ ରୟ କର୍ନାଟକ ହାଇକୋର୍ଟର ରେଜିଷ୍ଟ୍ରାର ଜେନେରାଲଙ୍କଠାରୁ ରିପୋର୍ଟ ମାଗିଛନ୍ତି। ବେଞ୍ଚ କହିଛନ୍ତି, ‘ନ୍ୟାୟିକ ଶୁଣାଣି ସମୟରେ କର୍ନାଟକ ହାଇକୋର୍ଟର ଜଷ୍ଟିସ୍‌ ଭି ଶ୍ରୀଶାନନ୍ଦଙ୍କ ଦ୍ୱାରା କରାଯାଇଥିବା କିଛି ପର୍ଯ୍ୟବେକ୍ଷଣ ପ୍ରତି ଆମର ଦୃଷ୍ଟି ଆକର୍ଷଣ କରାଯାଇଛି। ଆମେ ଏଜି ଏବଂ ଏସ୍‌.ଜି.ଙ୍କଠାରୁ ପରାମର୍ଶ ଲୋଡିଛୁ। ହାଇକୋର୍ଟର ରେଜିଷ୍ଟ୍ରାର ଜେନେରାଲଙ୍କୁ ମଧ୍ୟ ଏହା ଅନୁରୋଧ କରିଛୁ। କୋର୍ଟରେ ଏକ ରିପୋର୍ଟ ଦାଖଲ କରନ୍ତୁ ।

ଏକ ରିପୋର୍ଟ ଅନୁଯାୟୀ, କର୍ନାଟକ ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ଶ୍ରୀଶାନନ୍ଦଙ୍କ ଦୁଇଟି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି, ଯେଉଁଥିରେ ସେ ବିବାଦୀୟ ମନ୍ତବ୍ୟ ଦେଉଛନ୍ତି। ସେଥିମଧ୍ୟରୁ ସେ ବେଙ୍ଗାଲୁରୁର ମୁସଲମାନ ପ୍ରାଧାନ୍ୟ ଅଞ୍ଚଳକୁ ମିନି ପାକିସ୍ତାନ ବୋଲି କହୁଥିବାର ନଜର ଆସିଛନ୍ତି। ଦ୍ୱିତୀୟ ଭିଡିଓରେ ସେ ମହିଳା ଓକିଲଙ୍କ ଉପରେ ସମ୍ବେଦନଶୀଳ ମନ୍ତବ୍ୟ ଦେଉଥିବାର ନଜର ଆସିଛନ୍ତି। ବରିଷ୍ଠ ଓକିଲ ଇନ୍ଦିରା ଜୟସିଂହ ମଧ୍ୟ ଏହି ଭିଡିଓ ଶେୟାର କରିଛନ୍ତି।

ବିଚାରପତିଙ୍କ ମନ୍ତବ୍ୟକୁ ଗ୍ରହଣ କରି ଚନ୍ଦ୍ରଚୂଡ଼ ଆଟର୍ନିଂ ଜେନେରାଲ ଆର୍‌ ଭେଙ୍କଟମଣଙ୍କୁ କହିଛନ୍ତି, ଆମେ କିଛି ମୌଳିକ ନିର୍ଦ୍ଦେଶାବଳୀ ସ୍ଥିର କରିପାରିବା। ଏହି ସମୟ ମଧ୍ୟରେ, ସିଜେଆଇ କହିଛନ୍ତି, ସୋସିଆଲ ମିଡିଆର ଏହି ଯୁଗରେ, ଆମକୁ ଅତି ନିକଟତର ଭାବେ ନିରୀକ୍ଷଣ କରାଯାଇଛି ଏବଂ ଆମେ ସେହି ଅନୁସାରେ କାର୍ଯ୍ୟ କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri