ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲା…

Featured Video Play Icon

ଭୁବନେଶ୍ୱର, ୧୨/୧୧: ଖୋର୍ଦ୍ଧା ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ୟ୍ୟାଳୟରେ କାର୍ୟ୍ୟରତ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ ଭିଜିଲାନ୍ସ ବିଭାଗ ଦ୍ବାରା ଗିରଫ ହୋଇଛନ୍ତି। ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଚମ୍ପାଝର ଏମ ଇ ସ୍କୁଲ ପୂର୍ବତନ ଶିକ୍ଷୟତ୍ରୀ ବିଜୟନୀ ତ୍ରିପାଠୀଙ୍କ ୨ଟିଇନକ୍ରିମେଣ୍ଟ ଏରିୟର ଦୁଇଟି ୨ଲକ୍ଷ.୨୭ହଜାର ଏବଂ ୩ଲକ୍ଷ ୩୯ହଜାର ଟଙ୍କା କରାଇ ଦେବା ଲାଗି ଦଶ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ୬ ହଜାର ଟଙ୍କାରେ ରାଜି ହୋଇଥିଲେ। ଏନେଇ ତାଙ୍କ ଭାଇ ଖୋର୍ଦ୍ଧା ଭିଜିଲାନ୍ସ କାର୍ୟ୍ୟାଳୟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ ଜାଲ ବିଛାଇଥିଲା। ଆଜି ରାତି ୯ଟା ସମୟରେ ପୂର୍ବ ଯୋଜନା ମୁତାବକ ବିଇଓ କାର୍ୟ୍ୟାଳୟ ପରିସରରେ ଲାଞ୍ଚ ନେଉଥିବା ବେଳେ ବାହାରେ ଛକିଥିବା ଭିଜିଲାନ୍ସ ଟିମ ତାଙ୍କ ଠାରୁ ରଙ୍ଗ ପ୍ରଲେପ ଦିଆ ଲାଞ୍ଚ ଟଙ୍କା ଜବତ ସହ ତାଙ୍କୁ ଗିରଫ କରି ଭୁବନେଶ୍ବର ଭିଜିଲାନ୍ସ କାର୍ୟ୍ୟାଳୟକୁ ନେଇଯାଇଛନ୍ତି।

ଏନେଇ ଭୁବନେଶ୍ବର ଭିଜିଲାନ୍ସ ଥାନାରେ ମାମଲା ରୁଜୁ ହୋଇଛି। ତାଙ୍କୁ ଗିରଫ ସହ ଅଫିସ ପରିସରରୁ ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। ଆସନ୍ତାକାଲି ତାଙ୍କ ବାସଭବନ ସମେତ ସମ୍ପର୍କିୟ ଘରେ ଚଢଉ ଚାଲିଛି ବୋଲି ଭିଜିଲାନ୍ସ ଡିଏସପି ବ୍ରଜକିଶୋର ସାହୁ ସୂଚନା ଦେଇଛନ୍ତି। ଏହି ଚଢଉ ରେ ଡିଏସପିଙ୍କ ନେତୃତ୍ବ ରେ ୮ ଜଣିଆ ଟିମ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri