ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲା…

Featured Video Play Icon

ଭୁବନେଶ୍ୱର, ୧୨/୧୧: ଖୋର୍ଦ୍ଧା ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ୟ୍ୟାଳୟରେ କାର୍ୟ୍ୟରତ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ ଭିଜିଲାନ୍ସ ବିଭାଗ ଦ୍ବାରା ଗିରଫ ହୋଇଛନ୍ତି। ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଚମ୍ପାଝର ଏମ ଇ ସ୍କୁଲ ପୂର୍ବତନ ଶିକ୍ଷୟତ୍ରୀ ବିଜୟନୀ ତ୍ରିପାଠୀଙ୍କ ୨ଟିଇନକ୍ରିମେଣ୍ଟ ଏରିୟର ଦୁଇଟି ୨ଲକ୍ଷ.୨୭ହଜାର ଏବଂ ୩ଲକ୍ଷ ୩୯ହଜାର ଟଙ୍କା କରାଇ ଦେବା ଲାଗି ଦଶ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ୬ ହଜାର ଟଙ୍କାରେ ରାଜି ହୋଇଥିଲେ। ଏନେଇ ତାଙ୍କ ଭାଇ ଖୋର୍ଦ୍ଧା ଭିଜିଲାନ୍ସ କାର୍ୟ୍ୟାଳୟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ ଜାଲ ବିଛାଇଥିଲା। ଆଜି ରାତି ୯ଟା ସମୟରେ ପୂର୍ବ ଯୋଜନା ମୁତାବକ ବିଇଓ କାର୍ୟ୍ୟାଳୟ ପରିସରରେ ଲାଞ୍ଚ ନେଉଥିବା ବେଳେ ବାହାରେ ଛକିଥିବା ଭିଜିଲାନ୍ସ ଟିମ ତାଙ୍କ ଠାରୁ ରଙ୍ଗ ପ୍ରଲେପ ଦିଆ ଲାଞ୍ଚ ଟଙ୍କା ଜବତ ସହ ତାଙ୍କୁ ଗିରଫ କରି ଭୁବନେଶ୍ବର ଭିଜିଲାନ୍ସ କାର୍ୟ୍ୟାଳୟକୁ ନେଇଯାଇଛନ୍ତି।

ଏନେଇ ଭୁବନେଶ୍ବର ଭିଜିଲାନ୍ସ ଥାନାରେ ମାମଲା ରୁଜୁ ହୋଇଛି। ତାଙ୍କୁ ଗିରଫ ସହ ଅଫିସ ପରିସରରୁ ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। ଆସନ୍ତାକାଲି ତାଙ୍କ ବାସଭବନ ସମେତ ସମ୍ପର୍କିୟ ଘରେ ଚଢଉ ଚାଲିଛି ବୋଲି ଭିଜିଲାନ୍ସ ଡିଏସପି ବ୍ରଜକିଶୋର ସାହୁ ସୂଚନା ଦେଇଛନ୍ତି। ଏହି ଚଢଉ ରେ ଡିଏସପିଙ୍କ ନେତୃତ୍ବ ରେ ୮ ଜଣିଆ ଟିମ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri