ମୋବାଇଲରେ ଗେମ୍‌ ଖେଳିବାକୁ ବିରୋଧ କରିବାରୁ ନଦୀକୁ ଡେଇଁ ଆତ୍ମହତ୍ୟା କଲେ ନାବାଳକ

ବିଞ୍ଝାରପୁର,୪ା୧୦(ଡି.ଏନ.ଏ.): ମୋବାଇଲରେ ଗେମ୍‌ ଖେଳିବାକୁ ମା’ ବିରୋଧ କରିବାରୁ ଜଣେ ନାବାଳକ ରବିବାର ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଯାଜପୁର ଜିଲା ବିଞ୍ଝାରପୁର ଥାନା ଚନ୍ଦ୍ରମୁଁ ପଞ୍ଚାୟତ ବାଣପୁର ଗ୍ରାମରେ ଏହି ଘଟଣା ଘଟିଛି। ଗ୍ରାମର ନାବାଳକ ଜଣକ ଶନିବାର ଅପରାହ୍ନରେ ମୋବାଇଲରେ ଗେମ୍‌ ଖେଳୁଥିଲେ। ମାତ୍ର ତାଙ୍କ ମା’ ବିରକ୍ତି ହେବା ସହ ମୋବାଇଲ ଛଡାଇ ନେଇଥିଲେ। ଏହି କଥାକୁ କେନ୍ଦ୍ରକରି ନାବାଳକ ରାଗିକି ଘରୁ କେଉଁଆଡେ ଚାଲିଯାଇଥିଲେ। ସନ୍ଧ୍ୟା ହେବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ନଦୀକୂଳରେ ତାଙ୍କ ଜୋତା ପଡ଼ିଥିବାରୁ ସେ ବୁଡିଯାଇଥିବା ସନ୍ଦେହ କରାଯାଇଥିଲା। ରବିବାର ପୂର୍ବାହ୍ନରେ ଖରସ୍ରୋତା ନଦୀର ମଲିଆ ନିକଟରେ ତାଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖି ଉଦ୍ଧାର କରିଥିଲେ। ଏଏସ୍‌ଆଇ ସଞ୍ଜୀବ କୁମାର ଥାଟୋଇ ପହଞ୍ଚତ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri