ରକ୍ତଦାନ କଲେ ମାଗଣାରେ ମିଳିବ ଏକ କିଲୋ ଚିକେନ-ପନିର୍‌: ଡିସେମ୍ବର ୧୧ରୁ ପଞ୍ଜିକରଣ ଆରମ୍ଭ

ମୁମ୍ବାଇ,୯।୧୨: କଥାରେ ଅଛି ରକ୍ତ ଦାନ ମହାପୁଣ୍ୟ। ତେବେ ଲୋକଙ୍କୁ ଏହି ମହାନ କାର୍ଯ୍ୟ ପ୍ରତି ଆକର୍ଷିତ କରାଇବା ଲାଗି ମହାରାଷ୍ଟ୍ରର ମହିମ୍‌-ଓ୍ବର୍ଲି ଅଞ୍ଚଳରେ ଏଭଳି ନିଆରା ଊଦ୍ୟମ ଆରମ୍ଭ କରାଯାଇଛି। ରକ୍ତଦାନ କଲେ ମାଗଣାରେ ଏକ କିଲୋ ଚିକେନ ଅବା ପନିର୍‌ ମିଳିବ। ଶିବସେନା କର୍ପୋରେଟର୍‌ ସମାଧାନ ସାଡ଼ା ଏହି ଅଭିଯାନ ସମ୍ପର୍କରେ ଘୋଷଣା କରିଛନ୍ତି। ଏହି ଅଭିଯାନ ଲୋୟର ପାର୍ଲେଠାରେ ଥିବା କେଇଏମ୍‌ ହସ୍ପିଟାଲ ସହଯୋଗରେ ଆରମ୍ଭ କରାଯିବ। ଏନେଇ ରକ୍ତଦାନ କରିବାକୁ ଚାହୁଁଥିବା ବ୍ୟକ୍ତି ବିଶେଷ ଡିସେମ୍ବର ୧୧ଠାରୁ ପଞ୍ଜିକରଣ କରିପାରିବେ ବୋଲି ସମାଧାନ ସୂଚନା ଦେଇଛନ୍ତି। ଡିସେମ୍ବର ୧୩ରେ ରାଜାଭାଉ ସାଲଓ୍ବି ପଡ଼ିଆରେ ରକ୍ତଦାନ ଶିବିର ଆୟୋଜନ କରାଯିବ। ପୂର୍ବାହ୍ନ ୧୦ଠାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ରକ୍ତଦାନ କାର୍ଯ୍ୟ ଜାରି ରହିବ। ଏବେ ଏହି ଘୋଷଣା ପତ୍ର ତଥା ଏହାର ପୋଷ୍ଟର ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ସେପ୍ଟେମ୍ବର ୧ରେ ବୁଧ-ଗୁରୁ-ମଙ୍ଗଳଙ୍କ ମହାଚଳନ: ସୁନା ଥାଳିରେ ଖାଇବେ ଏହି ୫ ରାଶି!

ଗଣିତ ଜ୍ୟୋତିଷ ଗଣନା ଏବଂ ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ୧ ସେପ୍ଟେମ୍ବର ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ଦିନ ହେବ। ଏହି ଦିନ ଅନେକ ଗ୍ରହ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri