ବେଙ୍ଗାଲୁରୁକୁ ରୋଜଗାର ପାଇଁ ଯାଇଥିବା ଶ୍ରମିକଙ୍କ ଦୁର୍ଘଟଣାରେ ଚାଲିଗଲା ଜୀବନ, ଗାଁରେ ମୃତଦେହ ପହଞ୍ଚିବା ପରେ…

ପାଟଣା,୨୯ା୬(ବୀର କିଶୋର ଦାଶ): ନିଯୁକ୍ତି ଅନ୍ବେଷଣରେ ବେଙ୍ଗାଲୁରୁ ଯାଇଥିବା ଜଣେ ୨୬ବର୍ଷୀୟ ଶ୍ରମିକଙ୍କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଉଦୟପୁର ପଞ୍ଚାୟତ ମହୁଦୀପା ଗ୍ରାମର ନରେନ୍ଦ୍ର ନାଏକଙ୍କ ସାନ ପୁଅ ଦୀପକ ନାଏକ (୨୬)। ଘରେ ଶନିବାର ଅପରାହ୍ନରେ ରୋଜଗାରକ୍ଷମ ପୁଅର ମୃତଦେହ ଗାଁରେ ପହଞ୍ଚିବା ପରେ ଗାଁଦାଣ୍ଡ କାନ୍ଦ ବୋବାଳିରେ ଫାଟି ପଡ଼ିଥିଲା।

ସୂଚନାଯେ, ଦୀପକ କିଛି ମାସ ତଳେ ଗାଁ ଯୁବକଙ୍କ ସହିତ ମିଶି ବେଙ୍ଗାଲୁରୁ କୁ କାମ କରିବାକୁ ଯାଇଥିଲେ।ସେଠାରେ ସେ ଅର୍ଗାନିକ ପ୍ଲାଷ୍ଟିକ କମ୍ପାନୀରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ୨୬ଦିନ ତଳେ ବସାଘରେ ରୋଷେଇ କରୁଥିବା ସମୟରେ ଗ୍ୟାସ୍‌ ସିଲିଣ୍ଡର ଫାଟି ଯିବାରୁ ଦୀପକଙ୍କ ଶରୀରର ୬୦ ପ୍ରତିଶତ ପୋଡ଼ି ଯାଇଥିଲା। ସାଙ୍ଗମାନେ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ଭିପି ମେଗ୍ନସ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ୨୫ଦିନ ଚିକିତ୍ସା ହେବା ପରେ ଗତ ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଥିଲେ। ନରେନ୍ଦ୍ର ଅତ୍ୟନ୍ତ ଦରିଦ୍ର ଥିବାରୁ ପୁଅର ମରଶରୀର ଆଣିବାକୁ ସମର୍ଥ ଥିବାରୁ ସେ ସାହାରପଡ଼ା ଅତିରିକ୍ତ ଶ୍ରମ ଅଧିକାରୀ ଦେବେନ୍ଦ୍ର ରାଜ ପାତ୍ରଙ୍କୁ ଯୋଗଯୋଗ କରିବା ପରେ ଶନିବାର ମର ଶରୀର ବାର୍ଗ ଫ୍ଲାଇଟ୍‌ରେ ଭୁବନେଶ୍ୱର ଓ ସେଠାରୁ ଆମ୍ବୁଲାନ୍ସରେ ଆଣିବା ପରେ ଗାଁଶ୍ମଶାନରେ ଶନିବାର ସନ୍ଧ୍ୟାରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏନେଇ
ସାହାରାପଡ଼ା ସହକାରୀ ଶ୍ରମ ଅଧିକାରୀ ଦେବେନ୍ଦ୍ର ରାଜ ପାତ୍ରଙ୍କୁ ପଚାରିବାରୁ ଜିଲାପାଳଙ୍କ ତରଫରୁ ପରିବାରକୁ ସହାୟତା ଯୋଗାଇ ଦେବା ସହ ଆମ ବିଭାଗ ତରଫରୁ ସରକାରୀ ସହାୟତା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ୍‌,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri