ଟ୍ରେନ୍‌ରୁ ଖସିପଡ଼ିଲେ ଦାଦନ ଶ୍ରମିକ: ଆଉ ତା’ପରେ ଘଟିଲା…

ନୂଆପଡ଼ା,୧୫ା୧ (ମକାରୁ ବେମାଲ):ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ଦାଦନ ଶ୍ରମିକଙ୍କ ଦୁଃଖ ସରିବାର ନାଁ ନେଉନାହିଁ। ପରିବାର ପ୍ରତିପୋଷଣ ପାଇଁ ବାହାର ରାଜ୍ୟକୁ ଯାଉଥିବା ଶ୍ରମିକ କେତେବେଳେ ଶବ ହୋଇ ତ ଆଉ କେତେବେଳେ ଅକର୍ମଣ୍ୟ ହୋଇ ଘରକୁ ଫେରୁଛନ୍ତି। ଏଭଳି ଏକ ଘଟଣାକ୍ରମେ ଜଣେ ଶ୍ରମିକ ଟ୍ରେନ୍‌ରେ ଘରକୁ ଫେରୁଥିବା ବେଳେ ତାଙ୍କର ଦୁଇ ପାଦ କଟିଯାଇଛି। ସେ ହେଲେ ଜୋଙ୍କ ଥାନା ଭଇଁଷାତାଳ ପଞ୍ଚାୟତ ମୁଡେଲା ଗାଁର ସନ୍ତୁ ମାଝି (୪୬)। ସେ ଏବେ ରାୟପୁରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଘଟଣା ଗତ ୧୦ତାରିଖରେ ହୋଇଥିଲେ ହେଁ ବୁଧବାର ଲୋକଲୋଚନକୁ ଆସିଛି। ସୂଚନା ଅନୁଯାୟୀ, ସନ୍ତୁଙ୍କ ପରିବାର କହିଲେ ସ୍ତ୍ରୀ ଓ ଝିଅପୁଅଙ୍କ ସହ ୬ ଜଣ ସଦସ୍ୟ ରହିଛନ୍ତି। ପରିବାର ଭରଣପୋଷଣ ପାଇଁ ସେ ଜଣେ ଦାଦନ ସର୍ଦ୍ଦାରଙ୍କ ମାଧ୍ୟମରେ ଗତ ନଭେମ୍ବରରେ ଉତ୍ତରପ୍ରଦେଶର ଅଯୋଧ୍ୟାକୁ ଇଟା ତିଆରି କରିବା ପାଇଁ ଯାଇଥିଲେ। ଧାନ ବିକ୍ରୟ ପାଇଁ ସେ ଗତ ୧୦ତାରିଖରେ ଟ୍ରେନ୍‌ ଯୋଗେ ଗାଁକୁ ଫେରୁଥିଲେ ା ଛତିଶଗଡ଼ର ଆରଙ୍ଗ ଷ୍ଟେଶନ ନିକଟରେ କୌଣସି କାରଣରୁ ଗୋଡ଼ ଖସିଯିବାରୁ ସେ ଟ୍ରେନ୍‌ରୁ ପଡିଯାଇଥିଲେ। ଫଳରେ ତାଙ୍କର ଦୁଇପାଦ କଟିଯାଇଛି। ଗୁରୁତର ଅବସ୍ଥାରେ ରେଲୱେ ପୋଲିସ ତାଙ୍କୁ ଉଦ୍ଧାର କରି ରାୟପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲା। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ଥିବା ଜଣାପଡିଛି ା ଖବର ପାଇ ପରିବାର ଲୋକେ ରାୟପୁରରେ ପହଞ୍ଚତ୍ଛନ୍ତି। ତାଙ୍କୁ ଉତ୍ତରପ୍ରଦେଶ ନେଇଥିବା ଦାଦନ ସର୍ଦ୍ଦାରଙ୍କ ପକ୍ଷରୁ କୌଣସି ସହଯୋଗ ମିଳି ନ ଥିବା ପରିବାର ସଦସ୍ୟ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ବିନା ପଞ୍ଜିକରଣରେ ଶ୍ରମିକମାନଙ୍କୁ ନେଉଥିବା ଦାଦନ ସର୍ଦ୍ଦାରଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି କଂଗ୍ରେସ ଜିଲା ସଭାପତି ଘାସିରାମ ମାଝି ଦାବି କରିଛନ୍ତି ା

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌: ଓଡ଼ିଶାର କ୍ଲିନ ସୁଇପ୍‌

ଭୁବନେଶ୍ୱର,୧ା୨(ଅନାଦି କର): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌ ରବିବାର ଉଦ୍‌ଯାପିତ ହୋଇଯାଇଛି। ସବ୍‌-ଜୁନିୟର ବାଳିକା(୧୫ ବର୍ଷରୁ କମ୍‌), ଜୁନିୟର ବାଳିକା…

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri