ଟ୍ରେନ୍‌ରୁ ଖସିପଡ଼ିଲେ ଦାଦନ ଶ୍ରମିକ: ଆଉ ତା’ପରେ ଘଟିଲା…

ନୂଆପଡ଼ା,୧୫ା୧ (ମକାରୁ ବେମାଲ):ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ଦାଦନ ଶ୍ରମିକଙ୍କ ଦୁଃଖ ସରିବାର ନାଁ ନେଉନାହିଁ। ପରିବାର ପ୍ରତିପୋଷଣ ପାଇଁ ବାହାର ରାଜ୍ୟକୁ ଯାଉଥିବା ଶ୍ରମିକ କେତେବେଳେ ଶବ ହୋଇ ତ ଆଉ କେତେବେଳେ ଅକର୍ମଣ୍ୟ ହୋଇ ଘରକୁ ଫେରୁଛନ୍ତି। ଏଭଳି ଏକ ଘଟଣାକ୍ରମେ ଜଣେ ଶ୍ରମିକ ଟ୍ରେନ୍‌ରେ ଘରକୁ ଫେରୁଥିବା ବେଳେ ତାଙ୍କର ଦୁଇ ପାଦ କଟିଯାଇଛି। ସେ ହେଲେ ଜୋଙ୍କ ଥାନା ଭଇଁଷାତାଳ ପଞ୍ଚାୟତ ମୁଡେଲା ଗାଁର ସନ୍ତୁ ମାଝି (୪୬)। ସେ ଏବେ ରାୟପୁରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଘଟଣା ଗତ ୧୦ତାରିଖରେ ହୋଇଥିଲେ ହେଁ ବୁଧବାର ଲୋକଲୋଚନକୁ ଆସିଛି। ସୂଚନା ଅନୁଯାୟୀ, ସନ୍ତୁଙ୍କ ପରିବାର କହିଲେ ସ୍ତ୍ରୀ ଓ ଝିଅପୁଅଙ୍କ ସହ ୬ ଜଣ ସଦସ୍ୟ ରହିଛନ୍ତି। ପରିବାର ଭରଣପୋଷଣ ପାଇଁ ସେ ଜଣେ ଦାଦନ ସର୍ଦ୍ଦାରଙ୍କ ମାଧ୍ୟମରେ ଗତ ନଭେମ୍ବରରେ ଉତ୍ତରପ୍ରଦେଶର ଅଯୋଧ୍ୟାକୁ ଇଟା ତିଆରି କରିବା ପାଇଁ ଯାଇଥିଲେ। ଧାନ ବିକ୍ରୟ ପାଇଁ ସେ ଗତ ୧୦ତାରିଖରେ ଟ୍ରେନ୍‌ ଯୋଗେ ଗାଁକୁ ଫେରୁଥିଲେ ା ଛତିଶଗଡ଼ର ଆରଙ୍ଗ ଷ୍ଟେଶନ ନିକଟରେ କୌଣସି କାରଣରୁ ଗୋଡ଼ ଖସିଯିବାରୁ ସେ ଟ୍ରେନ୍‌ରୁ ପଡିଯାଇଥିଲେ। ଫଳରେ ତାଙ୍କର ଦୁଇପାଦ କଟିଯାଇଛି। ଗୁରୁତର ଅବସ୍ଥାରେ ରେଲୱେ ପୋଲିସ ତାଙ୍କୁ ଉଦ୍ଧାର କରି ରାୟପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲା। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ଥିବା ଜଣାପଡିଛି ା ଖବର ପାଇ ପରିବାର ଲୋକେ ରାୟପୁରରେ ପହଞ୍ଚତ୍ଛନ୍ତି। ତାଙ୍କୁ ଉତ୍ତରପ୍ରଦେଶ ନେଇଥିବା ଦାଦନ ସର୍ଦ୍ଦାରଙ୍କ ପକ୍ଷରୁ କୌଣସି ସହଯୋଗ ମିଳି ନ ଥିବା ପରିବାର ସଦସ୍ୟ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ବିନା ପଞ୍ଜିକରଣରେ ଶ୍ରମିକମାନଙ୍କୁ ନେଉଥିବା ଦାଦନ ସର୍ଦ୍ଦାରଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି କଂଗ୍ରେସ ଜିଲା ସଭାପତି ଘାସିରାମ ମାଝି ଦାବି କରିଛନ୍ତି ା

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri