ବିଦ୍ୟୁତ ସଂସ୍ପର୍ଶରେ ଆସି ଚାଲିଗଲା ଦାଦନ ଶ୍ରମିକଙ୍କ ଜୀବନ

ନୂଆପଡା,୧୨ା୫ (ମକାରୁ ବେମାଲ):ଚେନ୍ନାଇରେ ଦାଦନ ଖଟିବାକୁ ଯାଇଥିବା ନୂଆପଡା ଜିଲା କୋମନା ଥାନା କୋନାବିରା ଗାଁର ଜଣେ ଯୁବକଙ୍କ ରବିବାର ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଛି। ସେ ହେଲେ କୋନାବିରା ଗାଁର ପୂର୍ଣ୍ଣ ପରାଭୁଏ (୩୨) । ପୂର୍ଣ୍ଣ ତାଙ୍କ ସ୍ତ୍ରୀ ସହ ୩ ପିଲାଙ୍କୁ ସାଙ୍ଗରେ ଧରି ଗତ ଜାନୁଆରୀ ମାସରେ ଚେନ୍ନାଇ ଯାଇଥିଲେ। ସେଠାରେ ଟି-୧୧ ତିରୁନିନରାବୁର ପୋଲିସ ଷ୍ଟେଶନ ପଟ୍ଟାବିରମ ରେଞ୍ଜ ଅଞ୍ଚଳରେ ଇଟା ତିଆରି କାମ କରୁଥିଲେ। ରବିବାର ସକାଳେ ମାଲିକଙ୍କ ଗାଡ଼ି ଧୋଉଥିବା ସମୟରେ ପୂର୍ଣ୍ଣ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଯାଇଥିଲେ ା ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ଗଁାରୁ ପରିବାର ଲୋକେ ମୃତଦେହ ଆଣିବା ପାଇଁ ଚେନ୍ନାଇ ଯାଇଛନ୍ତି। ସେ ଜଣେ ଗରିବ ପରିବାର ହୋଇଥିବାରୁ ଘର ମୁଖିଆ ଚାଲିଯିବା ପରେ ବେସାହାରା ହୋଇପଡିଛନ୍ତି ା ଏହି ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି।…

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri