ଘଟଗାଁ ତାରିଣୀ ମନ୍ଦିରରେ ଅଘଟଣ: ମହିଳାଙ୍କ ଶାଢ଼ିରେ ଲାଗିଲା ଦୀପ ନିଆଁ, ଆଉ ତା’ପରେ…

କେନ୍ଦୁଝର/ଘଟଗାଁ (ନରେଶ ଚନ୍ଦ୍ର ପଟ୍ଟନାୟକ/ରାଜେନ୍ଦ୍ର ପଟ୍ଟନାୟକ)୧୫ା୧୨: କେନ୍ଦୁଝର ଜିଲା ଘଟଗାଁ ମା’ ତାରିଣୀ ମନ୍ଦିରରେ ରବିବାର ଅଘଟଣ ଘଟିଛି। ଦୀପଷ୍ଟାଣ୍ଡ୍‌ରୁ ଜଣେ ମହିଳାଙ୍କ ଶାଢ଼ିରେ ନିଆଁ ଲାଗିଯିବାରୁ ଗୁରୁତର ହୋଇଛନ୍ତି। ଆହତଙ୍କ ନାମ ମିନାକ୍ଷୀ ବରାଳ ଏବଂ ଘର ଢେଙ୍କାନାଳ ଜିଲା କୁରୁଣ୍ଟି ଗ୍ରାମରେ ବୋଲି ଜଣାପଡ଼ିଛି।

ପୂର୍ବାହ୍ନ ୧୧ ଟାରେ ବେଢ଼ା ମଧ୍ୟରେ ଥିବା ଦୀପଷ୍ଟାଣ୍ଡ୍‌ରେ ମହିଳାଙ୍କ ଶାଢ଼ିରେ ନିଆଁ ଲାଗି ଯାଇଥିଲା। ତାଙ୍କୁ ତୁରନ୍ତ ଅନ୍ୟ ଭକ୍ତ, ମନ୍ଦିର କର୍ମଚାରୀ ଓ ଦମକଳ କର୍ମଚାରୀମାନେ ଉଦ୍ଧାର କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କଟକ ବଡ଼ ଡାକ୍ତରଖାନାକୁ ପଠାଯାଇଥିବା ସୂଚନା ମିଳିଛି। ଏ ନେଇ ସମ୍ବଲପୁରସ୍ଥିତ ଡିଭିଜନ ଇନ୍ସପେକ୍ଟର ଦକ୍ଷିଣ ମାରାଣ୍ଡି କହିଛନ୍ତି, ତାଙ୍କ ପାଖରେ କୌଣସି ସୂଚନା ନାହିଁ। ସେ ଏଭଳି ଘଟଣା ସମ୍ପର୍କରେ ଅବଗତ ନାହାନ୍ତି। କଣ ହୋଇଛି ବୁଝିକି କହିବେ। ମନ୍ଦିରର ନିର୍ବାହୀ ଅଧିକାରୀ ସଞ୍ଜୀବ ମହାପାତ୍ର କହିଛନ୍ତି, ଅସାବଧାନତା କାରଣରୁ ଦୀପଷ୍ଟାଣ୍ଡ୍‌ରୁ ମହିଳାଙ୍କ ଶାଢ଼ୀରେ ନିଆଁ ଲାଗିଥିଲା। ତୁରନ୍ତ ଚିକିତ୍ସା ପାଇଁ ଡାକ୍ତରଖାନା ନିଆଯାଇଥିଲା। ତେବେ ବାରମ୍ବାର ଏଭଳି ଘଟଣା ଘଟୁଥିବାରୁ ଏଥି ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ଏମିତି କାରନାମା ଦେଖି ଟେନ୍‌ସନ୍‌ରେ କରୀନା

ଆଜିକାଲି କରୀନା କପୁର ଖାନ ଭାରୀ ଟେନ୍‌ସନ୍‌ରେ ଅଛନ୍ତି। କୌଣସି ଫିଲ୍ମ ପାଇଁ ନୁହେଁ, ନିଜ ପୁଅ ପାଇଁ ସେ ବେଶ୍‌ ଚିନ୍ତିତ। ସେ ତାଙ୍କ ପୁଅ…

ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି, ୩୦ ବର୍ଷରେ…

ଗୁଣପୁର,୧୬ା୯(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଅଫିସ ସମ୍ମୁଖରେ ଜାଗୃତି ସାଂସ୍କୃତିକ ସଙ୍ଗଠନ ପକ୍ଷରୁ ହେବାକୁ ଥିବା ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ବୁଧବାର ଶୁଭଖୁଣ୍ଟି…

ଅଳିଦାଗଦାରେ ପୂରିଛି ସିମନବାଡ଼ି, ଯାତାୟାତବେଳେ ନାକ ଟେକୁଛନ୍ତି ପର୍ଯ୍ୟଟକ, ମାସିକ ବୈଠକରେ…

ଦାରିଙ୍ଗବାଡ଼ି,୧୬ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନ୍ୟତମ ପର୍ଯ୍ୟଟକଙ୍କ ଯାତାୟାତ ସ୍ଥାନ ସିମନବାଡ଼ି ପଞ୍ଚାୟତ ଅଞ୍ଚଳ ଏବେ କୁଢ଼କୁଢ଼ ଅଳିଆ ଗଦାରେ ପୁତ୍ତିମୟ ଗନ୍ଧରେ ନାକ…

ଜାରି ହେଲା ICCର ନୂଆ ରାଙ୍କିଙ୍ଗ୍‌: ଉପରକୁ ଉଠିଲେ ଅଭିଷେକ, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୧୬।୯: ICC ପକ୍ଷରୁ ବୁଧବାର ନୂଆ T20 ରାଙ୍କିଂ ଜାରି କରାଯାଇଛି। ଏଥିରେ ଭାରତୀୟ ବ୍ୟାଟର୍‌ ଅଭିଷେକ ଶର୍ମାଙ୍କୁ ବଡ଼ ଫାଇଦା ମିଳିଛି। ସେ T20 ବ୍ୟାଟିଂ…

ଲକ୍ଷ ଲକ୍ଷ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: EPF ନିୟମରେ ବଡ଼ ପରିବର୍ତ୍ତନ! ୧୫ ହଜାରରୁ ବଢି ୨୫ ହଜାର ହେବ…

ନୂଆଦିଲ୍ଲୀ,୧୬।୯: ଦେଶର ଲକ୍ଷ ଲକ୍ଷ ବେତନଭୋଗୀ କର୍ମଚାରୀଙ୍କ ପାଇଁ EPF ଓ EPS ସମ୍ପର୍କିତ ବଡ଼ ଖବର ସାମ୍ନାକୁ ଆସିଛି। ବର୍ତ୍ତମାନ ମାସିକ ୧୫,୦୦୦ ଥିବା EPF/EPS…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଆସିଲା ବଡ଼ ଖବର: ପ୍ରଶଂସକ ଶୁଣିଲେ ହୋଇଯିବେ ଖୁସି!

ନୂଆଦିଲ୍ଲୀ,୧୬।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ୩ ମ୍ୟାଚ ବିଶିଷ୍ଟ T20 ସିରିଜ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରଥମ ଦୁଇଟି ମ୍ୟାଚ ଜିତି ଟିମ…

୪ ପୌର ନିଗମରେ ଭାଜପା ବିଜୟୀ

ଜୟପୁର,୧୬ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

ପାକିସ୍ତାନରେ ହାହାକାର: ହେବ ଲକଡାଉନ୍‌! ଜାଣନ୍ତୁ କାହିଁକି…

ଇସଲାମାବାଦ,୧୬।୯: ପାକିସ୍ତାନୀ ମିଡିଆ ରିପୋର୍ଟ ଅନୁସାରେ, ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଇନ୍ଧନ ବ୍ୟବହାର ଓ ଯାତାୟାତ କମାଇବା ନେଇ ଅନେକ ବିକଳ୍ପ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?