କାର୍‌ରୁ ବିପୁଳ ପରିମାଣର ଗଞ୍ଜେଇ ଜବତ

ଖୋର୍ଦ୍ଧା, ୧୨।୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ବର ଚେନ୍ନାଇ ୧୬ନଂ ଜାତୀୟ ରାଜପଥ ବରୁଣେଇ ଓଭରବ୍ରିଜ ପିଏନ କଲେଜ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ। କନ୍ଧମାଳରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ମାରୁତି ସୁଜିକି ସୁଇଫ୍ଟ (OD02CT 7521) ଜବତ ହୋଇଛି ଗଞ୍ଜେଇ। ରବିବାର ଭୋର ସମୟରେ ଗୋରୁ ଜବତ ସମୟରେ ଧରାପଡିଲା ଗଞ୍ଜେଇ ଭତ୍ତି କାର।
କାର ଦୁର୍ଘଟଣାଗ୍ରସ୍ତ ପରେ ଘଟଣାସ୍ଥଳରୁ ଡ୍ରାଇଭର ଓ ସହଯୋଗୀ ଫେରାର। ଖବରପାଇ ଶିଳ୍ପାଞ୍ଚଳ ପୋଲିସ ଓ ଖୋର୍ଦ୍ଧା ଅବକାରୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ, ଟିମ ପହଞ୍ଚି ଗଞ୍ଜେଇ ଜବତ କରି ଥାନାକୁ ନେଇଯାଇଛନ୍ତି। ଅବକାରୀ ଡ୍ରାଇଭିଙ୍ଗ ଲାଇସେନ୍ସ ଜବତ କରିଛି।
ସୂଚନା ପ୍ରକାରେ ବେଗୁନିଆ ବ୍ଲକ କୁଶପଲ୍ଲାରୁ ଏକ ଗାଡିରେ ୧୦ଟି ଗୋରୁ ବୋଝେଇ ଭୁବନେଶ୍ବର ଯାଉଥିଲା। ଆଜି ଭୋର ସମୟରେ ଗୋସେବକମାନେ ଗଡଖୋର୍ଦ୍ଧା ଛକ ନିକଟରେ ଗୋରୁ ଗାଡି ଧରିଥିଲେ। ଏହି ସମୟରେ ଓଭରବ୍ରିଜ ଉପରେ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗୋସେବକ ପହଞ୍ଚି ଗଞ୍ଜେଇ ଦେଖି ଶିଳ୍ପାଞ୍ଚଳ ପୋଲିସ ଓ ଅବକାରୀ ପୋଲିସକୁ ଖବର ଦେଇଥିଲେ। ଡ୍ରାଇଭର ଓ ସହଯୋଗୀ ଫେରାର ହୋଇଯାଇଥିଲା।
ପୋଲିସ ଗୋରୁ ଗାଡି ଜବତ ସହ ଡ୍ରାଇଭରଙ୍କୁ ଅଟକ ରଖିଛି। ସେପଟେ ଅବକାରୀ ପୋଲିସ ହାଇଡ୍ରା ଲଗାଇ ଗଞ୍ଜେଇ ଭତ୍ତି କାରକୁ ଜବତ କରି ଥାନାକୁ ନେଇଯାଇଛି। ଘଟଣାର ତଦନ୍ତ ଜାରି ରହିଥିବା ଅବକାରୀ ଏସପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri