କୁଆଖାଇରେ ବଡ଼ ବ୍ୟାରେଜ ନିର୍ମାଣ କରାଯାଉ

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଧୀରେ ଧୀରେ ଉତ୍କଟ ହେବାରେ ଲାଗିଛି। ନଦୀରେ ପାଣି ଶୁଖିଯିବା ବେଳେ ଭୂତଳ ଜଳସ୍ତର ମଧ୍ୟ ତଳକୁ ଖସୁଛି। ଜଳ ସଂରକ୍ଷଣ କରିବା ଅତ୍ୟନ୍ତ ଜରୁରୀ ହୋଇ ପଡ଼ିଛି। ସରକାର ରାଜ୍ୟର ବିଭିନ୍ନ ନଦୀରେ ଇନ୍‌ଷ୍ଟ୍ରିମ ଷ୍ଟୋରେଜ ପ୍ରୋଜେକ୍ଟ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହିକ୍ରମରେ ଭୁବନେଶ୍ୱର ନିକଟ ଦେଇ ପ୍ରବାହିତ ହୋଇଥିବା କୁଆଖାଇ ନଦୀରେ ଇନ୍‌ଷ୍ଟ୍ରିମ ଷ୍ଟୋରେଜ ପ୍ରୋଜେକ୍ଟ କାର୍ଯ୍ୟକାରୀ କରାଯିବ। ଏ ବାବଦରେ ୧୨୭.୩୨ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା କାର୍ଯ୍ୟକାରୀ ହେଲେ ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ଭୁବନେଶ୍ୱର ମହାନଗର ନିଗମକୁ ପାନୀୟ ଜଳ ମିଳିପାରିବ। ତେବେ ଅଧିକ ପାଣି ଧରିବା ଭଳି ବଡ ବ୍ୟାରେଜ ନିର୍ମାଣ କରିବାକୁ ଉତ୍ତର ଭୁବନେଶ୍ୱର ଉନ୍ନୟନ ପରିଷଦ ପକ୍ଷରୁ ଦାବି କରାଯାଇଛି। ଏ ନେଇ ପରିଷଦ ସଭାପତି ପ୍ରଭାତ ଦାଶଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁଙ୍କୁ ତାଙ୍କ ସରକାରୀ ବାସଭବନରେ ମଙ୍ଗଳବାର ସାକ୍ଷାତ କରି ଆଲୋଚନା କରିଛନ୍ତି। ବ୍ୟାରେଜ ନିର୍ମାଣ ହେଲେ କୁଆଖାଇର ଉପରମୁଣ୍ଡରୁ ପ୍ରାୟ ୧୦ କିଲୋମିଟର ପର୍ଯ୍ୟନ୍ତ ନଦୀରେ ପାଣି ଜମି ରହିବ। ଏହାଦ୍ୱାରା ପାନୀୟ ଜଳ ସହିତ ଚାଷକୁ ମଧ୍ୟ ପାଣି ମିଳିପାରିବ। ବ୍ୟାରେଜ କେଉଁଠି ଓ କେତେବଡ଼ ନିର୍ମାଣ କରାଯିବ ସେ ନେଇ ପରିଷଦକୁ ଜଣାଇ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri