ଭୁବନେଶ୍ୱର, ୨୨।୬(ବ୍ୟୁରୋ):ଓଡ଼ିଶାର ବିଭିନ୍ନ ଜିଲାରେ ଅଧିକ କ୍ଷୁଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପ୍ରତିଷ୍ଠା ଲାଗି ପିଏମ୍ଏଫ୍ଏମ୍ଇ ରାଜ୍ୟ କୋର୍ ଗ୍ରୁପ୍ ବୈଠକରେ ନିଷ୍ପତ୍ତି ହୋଇଛି। ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକ ପ୍ରାରମ୍ଭରେ ଆଇଏମ୍ଇଡିଏଫ୍ର ସ୍ବତ୍ୱାଧିକାରୀ ରମଣ ଥାପର ମୟୂରଭଞ୍ଜ ଜିଲାର ମୋହନପୁର ମ୍ୟାଜିକ୍ ମିଲେଟ୍ କ୍ଲଷ୍ଟରର ଏକ ରିପୋର୍ଟ ଉପସ୍ଥାପନ କରିଛନ୍ତି। ପ୍ରକଳ୍ପଟିରେ ସମୁଦାୟ ୯୮୦ ଚାଷୀ ଉପକୃତ ହେବେ ବୋଲି ପ୍ରାରମ୍ଭିକ ଆକଳନ କରାଯାଇଛି ା ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ମକାରୁ ଉତ୍ପାଦିତ ବିଭିନ୍ନ କ୍ଷୁଦ୍ର ଉଦ୍ୟୋଗ କ୍ଲଷ୍ଟର ନୂଆପଡ଼ା, ମାଲକାନଗିରି ଓ ନବରଙ୍ଗପୁରରେ ପ୍ରତିଷ୍ଠା ପାଇଁ ଆପିକଲର ପରିଚାଳନା ନିର୍ଦ୍ଦେଶକ ପ୍ରଭାତ କୁମାର ରାଉଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ା ସେହିପରି ଉତ୍ପାଦିତ ଦ୍ରବ୍ୟକୁ ଦେଶ ଭିତରେ ଓ ବାହାରେ ମାର୍କେଟିଂ କରିବା ଲାଗି ପ୍ରମୁଖ ସଚିବ ଗ୍ରୋଜିପ୍ ମାର୍କେଟିଂ ସଂସ୍ଥାର ଆନନ୍ଦ କୁମାର ମିଶ୍ରଙ୍କୁ ସହଯୋଗ କରିବାକୁ କହିଛନ୍ତି ା ଢେଙ୍କାନାଳ ଜିଲାରେ ଚନ୍ଦ୍ରଶେଖରପୁର ଚିନାବାଦାମ କ୍ଳଷ୍ଟର ୪୩୫.୧୭ ଲକ୍ଷ ଟଙ୍କା ବିନିଯୋଗରେ ପ୍ରତିଷ୍ଠା କରାଯାଇଛି। ଏଥିରେ ୭୭୦ ମହିଳା ଓ ୪୭୬ ପୁରୁଷ ସାମିଲ ହୋଇଛନ୍ତି ା ଗଜପତି ଜିଲାର ୪୪୦.୩୧ ଲକ୍ଷ ଟଙ୍କାରେ ପ୍ରତିଷ୍ଠିତ ପ୍ରକଳ୍ପ ଛେଳିଗଡ଼ ମେଜ୍ କ୍ଲଷ୍ଟର, ମଣିପୁର ରାଜ୍ୟର କାଙ୍ଗତାକପି ସପୁରି କ୍ଲଷ୍ଟର, ରାୟଗଡ଼ା ଜିଲା ଚାଟିକଣା ଏବଂ ଗଜପତି ଜିଲାରେ ପ୍ରତିଷ୍ଠା କରାଯିବା ପାଇଁ ବୈଠକରେ ଆଲୋଚନା ହୋଇଛି ା ହସ୍ତିକା ଉଦ୍ୟୋଗର ବିଶ୍ୱଜିତ୍ ସ୍ବାଇଁ କଦଳୀ ଗଛର ବିଭିନ୍ନ ଅଂଶରୁ ଉତ୍ପାଦିତ ବ୍ୟାଗ୍, ମ୍ୟାଟ୍ ଇତ୍ୟାଦି ଅନ୍ଲାଇନରେ ପ୍ରଦର୍ଶନ ସହ ବିଦେଶରେ ଏହାର ବଜାର ଚାହିଦା ଅଧିକ ଥିବା କହିଥିଲେ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

