ବ୍ୟବସାୟୀଙ୍କ ଘରୁ ଜବତ ହେଲା ବିପୁଳ ପରିମାଣର ବିସ୍ଫୋରକ ବାଣ

ରିଷିଡ଼ା,୨୮ା୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ପୋଲିସର ମିଳିତ ଅପରେଶନରେ ମିଳିଛି ବଡ଼ ସଫଳତା। ତେରେସିଂହା ପଞ୍ଚାୟତ ବେଲପଡ଼ାର ଜନୈକ ବ୍ୟବସାୟୀ ରାକେଶ କେଡିଆଙ୍କ କଲୋନୀପଡ଼ାସ୍ଥିତ ଦୋକାନ ଗୋଦାମ ଘରୁ ପୁଳାପୁଳା ବାଣ ଜବତ କରାଯାଇଛି। ରିଷିଡ଼ା ଫାଣ୍ଡି ଅଧିକାରୀ ମନୁଆ ବିଡ଼ିକାଙ୍କ ସ୍ବତନ୍ତ୍ର ଟିମ୍‌ ରବିବାର ପୂର୍ବାହ୍ନରେ ବ୍ୟବସାୟୀଙ୍କ ଦୋକାନ ଘରେ ରେଡ୍‌ କରିଛନ୍ତି। ପାୟ ୧ ଲକ୍ଷ ୫୦ ହଜାରରୁ ଅଧିକ ଜବତ ହୋଇଥିବା ଫାଣ୍ତି ଅଧିକାରୀ ମନୁଆ ବିଡ଼ିକା ସୁଚନା ଦେଇଛନ୍ତି। ଏଥିରେ ଫାଣ୍ତି ଅଧିକାରୀ ସମେତ କନଷ୍ଟେବଳ ଭୁବନେଶ୍ୱର ମାଝୀ ସଂଜୀବ ସାହୁ, ଜ୍ୟୋତିର୍ମୟ ମହାନନ୍ଦ, କୈଳାସ ପୁଟେଲ ପ୍ରମୁଖ ରେଡ୍‌ କରିବାରେ ସାମିଲ ଥିଲେ। କିଛିଦିନ ପୂର୍ବେ ବୌଦ୍ଧ ଜିଲାର ବାଣ ବିସ୍ଫୋରଣ ଘଟଣା ସାରାରାଜ୍ୟରେ ଚହଳ ପକାଇ ଥିବା ବେଳେ ଲୋକଙ୍କ ସୁରକ୍ଷା ଦୃଷ୍ଟିରେ ରଖି ବର୍ତ୍ତମାନ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ରବିବାର ପୂର୍ବାହ୍ନରେ ରିଷିଡ଼ା ପୋଲିସ ରାକେଶ କେଡ଼ିଆ ଦୋକାନ ଗୋଦାମ ଘରେ ଚଢ଼ାଉ କରି ବହୁ ପରିମାଣର ବାଣ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri