ପାଟଣାରେ ହେବ ବୃହତ ଇସ୍ପାତ କାରଖାନା, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇ…

ପାଟଣା,୨୨ା୮(ବୀରକିଶୋର ଦାଶ): ଦକ୍ଷିଣକୋରିଆର ଜଣାଶୁଣା କମ୍ପାନୀ ପୋସ୍କୋ ଏବଂ ଭାରତର ଜେଏସ୍‌ଡବ୍ଲ୍ୟୁର ମିଳିତ ସହଯୋଗରେ କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ରାଜ୍ୟର ଦ୍ବିତୀୟ ବୃହତ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି। କେନ୍ଦୁଝର ଜିଲାବାସୀ୍‌ଙ୍କ ଦୀର୍ଘଦିନର ଦାବି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ସଫଳ ରୂପାୟନ ହେବାକୁ ଯାଉଥିବାରୁ କେନ୍ଦୁଝର ଜିଲାର ବିଭିନ୍ନ ବର୍ଗର ଲୋକମାନେ ରାଜ୍ୟ ଗେଷ୍ଟ୍‌ ହାଉସ୍‌ରେ ମୁଖ୍ୟ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବିଶେଷକରି ପାଟଣା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସଙ୍ଗଠନ ତରଫରୁ ମୁଖ୍ୟ ମନ୍ତ୍ରୀଙ୍କ ଏତାଦୃଶ ପଦକ୍ଷପ ପାଇଁ କୃତଜ୍ଞତା ଓ ଧନ୍ୟବାଦ ଜଣାଇଛନ୍ତି।

ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କୁ ଅଞ୍ଚଳବାସୀଙ୍କ ତରଫରୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ପାଟଣାବାସୀଙ୍କ ଦୀର୍ଘଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ୫୦ହଜାର କୋଟି ଟଙ୍କାର ମେଗା ଷ୍ଟିଲ୍‌ ପ୍ଲାଣ୍ଟ ସେ ଆମକୁ ଉପହାର ଦେଇଛନ୍ତି। ଏଣୁ ମୋ ନିର୍ବାଚନ ମଣ୍ଡଳୀବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଓ ସାଧୁବାଦ ଜଣାଉଛି। ଏଥିରେ ତେଲକୋଇ ବିଧାୟକ ଡ. ଫକୀର ମୋହନ ନାଏକ, ପୂର୍ବତନ ଜିଲା ଭାଜପା ସଭାପତି ରାଧାକାନ୍ତ ମହାନ୍ତଙ୍କ ନେତୃତ୍ୱରେ ପାଟଣା ଅଞ୍ଚଳର ବିଶିଷ୍ଟ ବ୍ୟକ୍ତି, ଜିଲା ଭାଜପା ସଭାପତି ଶୁକଦେବ ମହାନ୍ତ, ରାଜ୍ୟ କୃଷକ ମୋର୍ଚ୍ଚା ସଭା ପତି ମହେଶ୍ୱର ସାହୁ, ପୂର୍ବତନ ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା, ଏମ୍‌ପିଙ୍କ ପାଟଣା ବ୍ଲକ ପ୍ରତିନିଧି ପ୍ରହଲ୍ଲାଦ ପଲେଇ, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମମିତା ନାଏକ, ପୂର୍ବତନ ସାହାରପଡ଼ା ବ୍ଲକ ଅଧ୍ୟକ୍ଷ ଗୌତମ ନାଏକ, ପାଟଣା ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ, ବଡ଼ ପାଟଣା ସରପଞ୍ଚ ବିନତି ବାନାରା, ସମିତି ସଭ୍ୟ ମୋହନ ସୁନ୍ଦର ମହାନ୍ତ, ପୂର୍ବତନ ପାଟଣା ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାୟକଙ୍କ ନେତୃତ୍ୱରେ ବ୍ଲକରୁ ୨୬ ପଞ୍ଚାୟତିରାଜ ପ୍ରତିନିଧି,ପାଟଣା ସାହାରପଡ଼ା ବିକାଶ ବିକାଶ ମଞ୍ଚର ସଭାପତି ଅଜୟ କୁମାର ଦାଶଙ୍କ ନେତୃତ୍ୱରେ କର୍ମ କର୍ତ୍ତା, ଚଳଚ୍ଚିତ୍ର ଅଭିନେତା ଅଶ୍ରୁମୋଚନ ମହାନ୍ତି, ପାଟଣା ସୁରକ୍ଷା କମିଟିର ଆବାହକ ବିଜୟ ରତ୍ନ ପତି, ଭାଜପା ନେତା ମହେଶ୍ୱର ପୃଷ୍ଟି,ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା, ଗଣମାଧ୍ୟମ ପ୍ରତିନିଧି, ବୁଦ୍ଧିଜୀବୀ ଏଥିରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ସହ ସାଧୁବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri