ପୁରୁଷୋତ୍ତମପୁର ଏନ୍‌ଏସିରେ ପ୍ରଧାନଶିକ୍ଷକଙ୍କ ସମେତ ଓକିଲ କରୋନା ଆକ୍ରାନ୍ତ

ପୁରୁଷୋତ୍ତମପୁର,୨୫ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ଶନିବାର ଗୋଟିଏ ଦିନରେ ୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହାକି ଚାଙ୍ଗୁଡ଼ିଆପଦର ସାହିରୁ ସର୍ବାଧିକ ୭ ଜଣ ଚିହ୍ନଟ ହୋଇଥିବା ବେଳେ କନକା ସାହିରୁ ୪ ଜଣ, ନନ୍ଦିକ ସାହି ଓ କାଳୀମନ୍ଦିର ଛକରୁ ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି। ଫଳରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି। ଏଥି ମଧ୍ୟରେ ଜଣେ ପ୍ରଧାନଶିକ୍ଷକଙ୍କ ସମେତ ତାଙ୍କ ସ୍ତ୍ରୀ, ଝିଅ ଆକ୍ରାନ୍ତ ହୋଇଥିବା ବେଳେ ଜଣେ ଓକିଲ ମଧ୍ୟ ଆକ୍ରାନ୍ତ ହୋଇଛନ୍ତି। ପ୍ରଧାନଶିକ୍ଷକ ଜଣକ ପ୍ରବାସୀମାନେ ରହିଥିବା କ୍ବାରାଣ୍ଟାଇନ୍‌ ସେଣ୍ଟରରେ ଦାୟିତ୍ୱରେ ରହି କାର୍ଯ୍ୟ କରିଥିଲେ। ଏଭଳି ଏଠାରେ ପଜିଟିଭ୍‌ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଥିବା ନେଇ ଏନ୍‌ଏସି ପ୍ରଶାସନର ଚିନ୍ତା ବଢ଼ିଯାଇଛି। ନିର୍ବାହୀ ଅଧିକାରୀ ଶୌଯ୍ୟରଞ୍ଜନ ମିଶ୍ରଙ୍କ ତତ୍ତ୍ୱାବଧାନରେ ଡାକ୍ତର ରବିନ୍ଦ୍ର ନାଥ ଗନ୍ତାୟତଙ୍କ ସହ ସ୍ବାସ୍ଥ୍ୟ ଟିମ୍‌, ଅଙ୍ଗନବାଡ଼ି କର୍ମୀ, ସ୍ବଚ୍ଛସାଥୀ, କୋଭିଡ୍‌ ମନିଟରମାନେ ଘରକୁ ଘର ଯାଇ ଲୋକଙ୍କ ଥର୍ମାଲ ସ୍କ୍ରିନିଂ କରିବା ସହ ସ୍ବାସ୍ଥ୍ୟ ସମସ୍ୟା ବୁଝିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri