ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ମାମଲା ଦାଏର

ପୁରୀ ଅଫିସ,୨୧।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ବେଆଇନ ଖନନ ଓ ନିର୍ମାଣ ବିରୋଧରେ ବୁଧବାର ପୁରୀ ଓକିଲ ସଂଘ ତରଫରୁ ସିଭିଲ ଜଜ୍‌ ସିନିୟର ଡିଭିଜନ୍‌ଙ୍କ କୋର୍ଟରେ ମକଦ୍ଦମା ଦାଏର ହୋଇଛି। ଆମ୍‌ସାର୍‌ ଆକ୍ଟ-୧୯୫୮ର ଉଲ୍ଲଂଘନ କରି ରାଜ୍ୟ ସରକାର, ଶ୍ରୀମନ୍ଦିର ପରିଚାଳନା କମିଟି, ଟାଟା କମ୍ପାନୀ, ଓବିସିସି ଭଳି ଅଂଶୀଦାରମାନେ ପ୍ରକଳ୍ପ କାର୍ଯ୍ୟରେ ସାମିଲ ଥିବା ମକଦ୍ଦମାରେ ଉଲ୍ଲେଖ ରହିଛି। ଶ୍ରୀମନ୍ଦିରର ୧୦୦ ମିଟର ପରିଧି ମଧ୍ୟରେ ନିର୍ମାଣ କାର୍ଯ୍ୟ ବେଆଇନ ହୋଇଥିବାବେଳେ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା, ଜାତୀୟ ସ୍ମାରକୀ ପ୍ରାଧିକରଣ ଏବଂ କେନ୍ଦ୍ର ସରକାରଙ୍କ ସଂସ୍କୃତି ବିଭାଗକୁ ଅଣଦେଖା କରାଯାଇଛି। ଖୋଲା ଖୋଲି ଭାବେ ଆଇନ ଉଲ୍ଲଂଘନ ସତ୍ତ୍ୱେ କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ। ଏଣୁ ସମସ୍ତଙ୍କୁ ପକ୍ଷଭୁକ୍ତ କରି ଦେୱାନୀ ମାମଲା ଦାଏର ହୋଇଛି। ଦେୱାନୀ ଆଇନ ଧାରା ୯୧ ଓ ଅର୍ଡର ରୁଲ୍‌ ୮ରେ ୧୧ ଜଣଙ୍କୁ ପ୍ରତିବାଦୀ ଭାବେ ପକ୍ଷଭୁକ୍ତ କରାଯାଇଛି। ଜିଲାପାଳ, ଶ୍ରୀମନ୍ଦିର ପରିଚାଳନା କମିଟି, ଟାଟା ପ୍ରୋଜେକ୍ଟ ଏମ୍‌ଡି, ଟାଟା ପ୍ରୋଜେକ୍ଟ କାର୍ଯ୍ୟନିର୍ବାହୀ ଅଧିକାରୀ, ଓବିସିସି, ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ଡିଜି, ପୁରୀ ଏଏସ୍‌ଆଇର ସଂରକ୍ଷଣ ସହାୟକ, ଏଏସ୍‌ଆଇ ସୁପରିଣ୍ଟେଣ୍ଡେଣ୍ଟ, ନ୍ୟାଶନାଲ ମନୁମେଣ୍ଟ ଅଥରିଟି (ଏନ୍‌ଏମ୍‌ଏ), କେନ୍ଦ୍ର ସଂସ୍କୃତି ବିଭାଗ ଏବଂ ପୁରୀ ମ୍ୟୁନିସିପାଲିଟି କର୍ତ୍ତୃପକ୍ଷଙ୍କୁ ପକ୍ଷଭୁକ୍ତ କରାଯାଇଛି। ବାଦୀ ଭାବେ ପୁରୀ ବାର୍‌ ଆସୋସିଏସନ୍‌, ଲୋକନାଥ ସୁଆର, କାଶୀନାଥ ଖୁଣ୍ଟିଆ ଓ ବିଶ୍ୱନାଥ ଦାସ ରହିଛନ୍ତି। ଏଥିରେ ମଧ୍ୟବର୍ତ୍ତୀକାଳୀନ ଆବେଦନରେ ରାଜ୍ୟ ସରକାର, ଟାଟା, ଓବିସିସି, ଶ୍ରୀମନ୍ଦିର ପ୍ରଶାସନକୁ ପକ୍ଷଭୁକ୍ତ କରି କାମ ବନ୍ଦ ପାଇଁ ଆଇନଜୀବୀ ସଂଘ ନିବେଦନ କରିଛି। ଅନୁମତି ବିନା ନିର୍ମାଣ କାର୍ଯ୍ୟ ଚାଲିଥିବାରୁ କୋର୍ଟଙ୍କ ହସ୍ତକ୍ଷେପ ଏକାନ୍ତ ଜରୁରୀ ବୋଲି ଆଇନଜୀବୀ ଶରତ କୁମାର ରାୟଗୁରୁ କହିଛନ୍ତି। ଉଲ୍ଲେଖଯୋଗ୍ୟ, ପୁରୀ ଓକିଲ ସଂଘ ପକ୍ଷରୁ ଏକ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କରାଯାଇ ପ୍ରଥମେ ଖନନ ସ୍ଥଳୀ ପରିଦର୍ଶନ କରାଯାଇଥିଲା। ଏହାପରେ ପୁରୀ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଥିଲା। ଏହି ଏତଲା ଆଧାରରେ ଅଭିଯୋଗ ଦାଖଲ ନ ହେବାରୁ ସଂଘ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଥିଲା। ଏସ୍‌ପିଙ୍କ ସହଯୋଗ ନ ମିଳିବା ପରେ ଏନେଇ ପ୍ରଥମେ ଏସ୍‌ଡିଜେଏମ୍‌ କୋର୍ଟରେ ମକଦ୍ଦମା ଦାଏର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri