Posted inଫୁରସତ

ଅନନ୍ୟ ପ୍ରତିଭାର ଅଧିକାରୀ ବାମହାତୀ

ଅନ୍ତର୍ଜାତୀୟ ବାମହାତୀ ଦିବସ ପ୍ରତିବର୍ଷ ଅଗଷ୍ଟ ୧୩ରେ ସାରା ବିଶ୍ୱରେ ପାଳନ କରାଯାଏ। ବାମହାତର ଅର୍ଥ ହେଉଛି, ଯେଉଁମାନେ ନିଜ କାମକୁ ବାମହାତରେ ଅର୍ଥାତ୍‌ ବିପରୀତ ହାତରେ କରନ୍ତି। କୁହାଯାଏ, ଯେଉଁମାନେ ବାମହାତରେ କାମ କରନ୍ତି କିମ୍ବା ଲେଖନ୍ତି, ସେମାନଙ୍କଠାରେ ଅନନ୍ୟ ପ୍ରତିଭା ରହିଥାଏ। ସେମାନଙ୍କର ଏମିତି କିଛି ଗୁଣ ରହିଥାଏ, ଯାହା ସେମାନଙ୍କୁ ଅନ୍ୟମାନଙ୍କଠାରୁ ସ୍ବତନ୍ତ୍ର କରିଥାଏ। ରିପୋର୍ଟ ଅନୁଯାୟୀ, ବିଶ୍ୱର ୭ରୁ ୧୦ ପ୍ରତିଶତ ଲୋକ ବାମହାତରେ ସବୁ କାମ କରିଥାନ୍ତି।
ସାମ୍ନାରେ ନିଜର ପରିଚୟ ସୃଷ୍ଟି କରୁଥିବା ଅନେକ ବାମହାତୀଙ୍କ ଜ୍ୱଳନ୍ତ ଉଦାହରଣ ରହିଛି। ଆମ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ସହ ପୂର୍ବତନ ଭାରତୀୟ କ୍ରିକେଟର ସଚିନ ତେନ୍ଦୁଲକର ମଧ୍ୟ ସାରା ବିଶ୍ୱରେ ସ୍ବୀକୃତି ଲାଭ କରିଛନ୍ତି ଏବଂ ଭାରତରତ୍ନ ପୁରସ୍କାର ପାଇଛନ୍ତି। ଯଦିଓ ସଚିନ ତେନ୍ଦୁଲକର ତାଙ୍କ ଡାହାଣ ହାତରେ ବ୍ୟାଟିଂ କରନ୍ତି ତଥାପି ସେ ଲେଖାଲେଖି ପାଇଁ ବାମହାତକୁ ବ୍ୟବହାର କରିଥାନ୍ତି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବାମହାତରେ ଲେଖିଥାନ୍ତି।
ଯେଉଁମାନେ ସାରା ବିଶ୍ୱରେ ବାମହାତୀ ଭାବେ ଖ୍ୟାତି ଅର୍ଜନ କରିଛନ୍ତି ସେମାନଙ୍କ ମଧ୍ୟରେ ରତନ ଟାଟା, ମାର୍କ ଜୁକରବର୍ଗ, ମଦର ଟେରେସା, ଆଲବର୍ଟ ଆଇନ୍‌ଷ୍ଟାଇନ୍‌, ମ୍ୟାରି କ୍ୟୁରି, ବିଲ୍‌ ଗେଟ୍ସ ପ୍ରମୁଖ ରହିଛନ୍ତି। ଏହା ବ୍ୟତୀତ ଚାର୍ଲି ଚାପ୍‌ଲିନ, ଯୁବରାଜ ସିଂ, ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ୍‌ ଓବାମା, ବିଲ୍‌ କ୍ଲିଣ୍ଟନ, ରୋନାଲ୍ଡ ରେଗାନ, ଟେନିସ ତାରକା ରାଫେଲ ନାଡାଲ ମଧ୍ୟ ବାମହାତୀ ତାଲିକାରେ ଅଛନ୍ତି।
ଲେଫ୍ଟ ହ୍ୟାଣ୍ଡ୍‌ର ପ୍ରତିଷ୍ଠାତା ଡିନ୍‌ ଆର କ୍ୟାମ୍ପବେଲ ୧୯୭୬ରେ ବାମହାତୀ ଲୋକମାନଙ୍କର ସୁବିଧା ଏବଂ ଅସୁବିଧା ବିଷୟରେ ବର୍ଣ୍ଣନା କରିଥିଲେ। ଏହାପରେ ୧୩ ଅଗଷ୍ଟ ୧୯୯୨ରେ ‘ଲେଫ୍ଟ ହ୍ୟାଣ୍ଡର୍ସ ଡେ’ କ୍ଲବ ଦ୍ୱାରା ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଥିଲା। ବିଶେଷକରି କ୍ରୀଡ଼ାରେ ବାମହାତୀଙ୍କର ବେଶ୍‌ ଗୁରୁତ୍ୱ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ୟୁଜର୍ସଙ୍କୁ ବଡ଼ ଝଟ୍‌କା: ରିଚାର୍ଜ ପ୍ଲାନ ହେଲା ମହଙ୍ଗା, ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍ଲୀ,୭।୧୦: ଏୟାରଟେଲ (Airtel) ନିଜର ପୋଷ୍ଟପେଡ ଗ୍ରାହକମାନଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ କରିଛି। କମ୍ପାନୀ ୮ ଅକ୍ଟୋବର ୨୦୨୬ରୁ ତାର ସମସ୍ତ ପୋଷ୍ଟପେଡ ପ୍ଲାନ ପୋର୍ଟଫୋଲିଓର…

ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସର୍ବୋଚ୍ଚ ସମ୍ମାନ

ଷ୍ଟକହୋମ,୭।୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ହେନ୍ରି ବି. କାଗାନ୍ ଓ କେନ୍ସୋ ସୋଆଇଙ୍କୁ ପ୍ରଦାନ କରାଯାଇଛି । ରସାୟନ…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?