୧ରେ ସମ୍ବର୍ଦ୍ଧିତ ହେବେ ୯୯୦୦ ବରିଷ୍ଠ ମତଦାତା

ଭୁବନେଶ୍ବର,୨୭ା୯(ବ୍ୟୁରୋ): ଭାରତର ନିର୍ବାଚନ ଆୟୋଗ ଏକ ସଶକ୍ତ, ସୁଦୃଢ଼ ନିର୍ବାଚନ ପାଇଁ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି। କୌଣସି ଭୋଟର ଯେପରି ମତଦାନରୁ ବାଦ୍‌ ନ ପଡ଼ନ୍ତି ସେଥିପାଇଁ ପ୍ରତ୍ୟେକ ଭୋଟରଙ୍କ ପାଇଁ ବିଭିନ୍ନ ସୁବିଧା ଉପଲବ୍ଧ ଅଛି। ବରିଷ୍ଠ ନାଗରିକ (୮୦ବର୍ଷ ବୟସ ବର୍ଗ) ଏବଂ ଦିବ୍ୟାଙ୍ଗ ମତଦାତାଙ୍କ (ଶତକଡ଼ା ୪୦ ପ୍ରତିଶତ ବା ଅଧିକ ଭିନ୍ନକ୍ଷମ) ଅଧିକରୁ ଅଧିକ ଯୋଗଦାନକୁ ସୁନିଶ୍ଚିତ କରିବା ପାଇଁ ଭାରତ ନିର୍ବାଚନ ଆୟୋଗ ହ୍ବିଲ୍‌ ଚେୟାର, ରାମ୍ପ୍‌, ସ୍ବେଚ୍ଛାସେବୀ, ନିଃଶୁଳ୍କ ଯାତାୟାତ ସୁବିଧା, ଧାଡିରହିତ ମତଦାନ ଭଳି ଅନେକ ନୂତନ ସୁବିଧାଗୁଡିକର ବ୍ୟବସ୍ଥା କରିଛନ୍ତି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କହିଛନ୍ତି।
ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତ ୧୦୦ ବର୍ଷରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକଙ୍କୁ ଶୁଭେଚ୍ଛା ଜଣାଇ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ କହିଛନ୍ତି ଯେ, ସେମାନେ ଫର୍ମ-୧୨ଘ ପୂରଣ କରି ନିଜ ଘରେ ବସି ମତାଦାନ ସାବ୍ୟସ୍ତ କରିପାରିବେ। ଆନ୍ତର୍ଜାତିକ ବରିଷ୍ଠ ଦିବସ ଅବସରରେ ଆସନ୍ତା ୧ ତାରିଖରେ ମୁଖ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ୧୦୦ ବର୍ଷରୁ ଊର୍ଦ୍ଧ୍ୱ ୯୯୦୦ ଭୋଟରଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ଏକ ପତ୍ର ପ୍ରେରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାର BCCIର ବଡ଼ ବୈଠକ, ରୋହିତ ଶର୍ମାଙ୍କ ଭବିଷ୍ୟତ ଉପରେ ହେବ….

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (BCCI) ଗୁରୁବାର ୩ ସେପ୍ଟେମ୍ବରରେ ମୁମ୍ବାଇ ସ୍ଥିତ ଅଫିସ୍‌ରେ ଏକ ହାଇ-ଲେଭଲ୍ ମିଟିଂ କରିବ। ଏହି ବୈଠକରେ ବୋର୍ଡର ସମସ୍ତ…

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର…

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ…

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା…

ମୁହଁ ଉପରେ ହିଁ ଶୁଣାଇ ଦିଅନ୍ତି ଏହି ୩ ରାଶି; ହେଲେ ପଛରେ ଖେଳନ୍ତି ଭୟଙ୍କର ଗେମ୍‌

‘ମୁହଁରେ ରାମ, କାଖରେ ଛୁରୀ’ ଏହା କୌଣସି ନୂଆ ଢଗ ନୁହେଁ, ଏହାକୁ ଆମେ ସମସ୍ତେ ବହୁବାର ଶୁଣିଥିବା। କିନ୍ତୁ ଜ୍ୟୋତିଷ ଶାସ୍ତ୍ରରେ ଏପରି କିଛି ରାଶି…

କାର୍ଗିଲ୍ ଯୁଦ୍ଧର ଯୋଦ୍ଧା ଏବେ ରାମ ମନ୍ଦିରର CEO! ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ଲାଗିଲା ମୋହର

ନୂଆଦିଲ୍ଲୀ,୨।୯: ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓଙ୍କ ନାମ ଘୋଷଣା କରାଯାଇଛି । ସୂଚନା ଅନୁସାରେ, ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ମୋହର ଲାଗିଛି…

ଦୈନିକ ରାଜ୍ୟ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ, ପାଟ୍ରୋଲିଂବେଳେ ୨ ଜଣଙ୍କୁ ଅଟକାଇବାରୁ ମିଳିଲା…

ଭଞ୍ଜନଗର,୨ା୯(ବାବୁଲା ପ୍ରଧାନ): ଗଞ୍ଜେଇ ଚାଲାଣବେଳେ ଭଞ୍ଜନଗର ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ୨୪ କେଜି ୭୯୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏଥିସହ ଏକ ମୋଟରସାଇକେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri