୧ରେ ସମ୍ବର୍ଦ୍ଧିତ ହେବେ ୯୯୦୦ ବରିଷ୍ଠ ମତଦାତା

ଭୁବନେଶ୍ବର,୨୭ା୯(ବ୍ୟୁରୋ): ଭାରତର ନିର୍ବାଚନ ଆୟୋଗ ଏକ ସଶକ୍ତ, ସୁଦୃଢ଼ ନିର୍ବାଚନ ପାଇଁ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି। କୌଣସି ଭୋଟର ଯେପରି ମତଦାନରୁ ବାଦ୍‌ ନ ପଡ଼ନ୍ତି ସେଥିପାଇଁ ପ୍ରତ୍ୟେକ ଭୋଟରଙ୍କ ପାଇଁ ବିଭିନ୍ନ ସୁବିଧା ଉପଲବ୍ଧ ଅଛି। ବରିଷ୍ଠ ନାଗରିକ (୮୦ବର୍ଷ ବୟସ ବର୍ଗ) ଏବଂ ଦିବ୍ୟାଙ୍ଗ ମତଦାତାଙ୍କ (ଶତକଡ଼ା ୪୦ ପ୍ରତିଶତ ବା ଅଧିକ ଭିନ୍ନକ୍ଷମ) ଅଧିକରୁ ଅଧିକ ଯୋଗଦାନକୁ ସୁନିଶ୍ଚିତ କରିବା ପାଇଁ ଭାରତ ନିର୍ବାଚନ ଆୟୋଗ ହ୍ବିଲ୍‌ ଚେୟାର, ରାମ୍ପ୍‌, ସ୍ବେଚ୍ଛାସେବୀ, ନିଃଶୁଳ୍କ ଯାତାୟାତ ସୁବିଧା, ଧାଡିରହିତ ମତଦାନ ଭଳି ଅନେକ ନୂତନ ସୁବିଧାଗୁଡିକର ବ୍ୟବସ୍ଥା କରିଛନ୍ତି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କହିଛନ୍ତି।
ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତ ୧୦୦ ବର୍ଷରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକଙ୍କୁ ଶୁଭେଚ୍ଛା ଜଣାଇ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ କହିଛନ୍ତି ଯେ, ସେମାନେ ଫର୍ମ-୧୨ଘ ପୂରଣ କରି ନିଜ ଘରେ ବସି ମତାଦାନ ସାବ୍ୟସ୍ତ କରିପାରିବେ। ଆନ୍ତର୍ଜାତିକ ବରିଷ୍ଠ ଦିବସ ଅବସରରେ ଆସନ୍ତା ୧ ତାରିଖରେ ମୁଖ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ୧୦୦ ବର୍ଷରୁ ଊର୍ଦ୍ଧ୍ୱ ୯୯୦୦ ଭୋଟରଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ଏକ ପତ୍ର ପ୍ରେରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri