ଡ୍ରୋନ କିଣା ଅର୍ଥ ଅନୁମୋଦନ ପାଇଁ ଚିଠି ଲେଖାଯାଇଛି

କଟକ ଅଫିସ, ୬ା୧୨:ଚିଲିକା ଓ ଭିତରକନିକାର ଆର୍ଦ୍ରଭୂମି ସୁରକ୍ଷା ମାମଲାର ଶୁଣାଣି ବେଳେ ହାଇକୋର୍ଟରେ ସୋମବାର କେନ୍ଦ୍ରାପଡ଼ା ଏବଂ ପୁରୀ ଜିଲାପାଳ ସତ୍ୟପାଠ ଦାଖଲ କରିଛନ୍ତି। ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ପାଇଁ ଡ୍ରୋନ୍‌ କିଣିବାକୁ ଆବଶ୍ୟକ ଅର୍ଥରାଶି ଅନୁମୋଦନ ଲାଗି ରାଜସ୍ବ ବିଭାଗ ସଚିବଙ୍କୁ ଚିଠି ଲେଖାଯାଇଥିବା ସତ୍ୟପାଠରେ ଉଲ୍ଲେଖ କରାଯାଇଛି। ଆସନ୍ତା ଜାନୁୟାରୀ ୧୬ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଏବଂ ବିଚାରପତି ମୁରାହରି ଶ୍ରୀ ରମଣଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ।
ପ୍ରକାଶ ଯେ, ଚିଲିକା ଓ ଭିତରକନିକାର ଆର୍ଦ୍ରଭୂମି ସୁରକ୍ଷା ପ୍ରସଙ୍ଗରେ ଚିଙ୍ଗୁଡ଼ିଘେରି ଉଚ୍ଛେଦକୁ ମୁଖ୍ୟ ପ୍ରସଙ୍ଗ ଭାବେ ହାଇକୋର୍ଟ ଗ୍ରହଣ କରିଛନ୍ତି। ପୂର୍ବ ଶୁଣାଣି ବେଳେ ଆବେଦନକାରୀ ଡ୍ରୋନ ଦ୍ୱାରା ବେଆଇନ ଚିଙ୍ଗୁଡ଼ିଘେରି ଉପରେ ନଜର ରଖିହେବ ବୋଲି ହାଇକୋର୍ଟଙ୍କୁ ପ୍ରସ୍ତାବ ଦେଇଥିଲେ। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ପୁରୀ ଓ କେନ୍ଦ୍ରାପଡ଼ା ଜିଲାପାଳଙ୍କୁ ହାଇକୋର୍ଟ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ। ଆମିକସ୍‌ କ୍ୟୁରୀ ମୋହିତ ଅଗ୍ରୱାଲ ଏହି ମାମଲା ପରିଚାଳନା କରୁଛନ୍ତି।
ସୂଚନାଯୋଗ୍ୟ, ସମଗ୍ର ଦେଶରେ ରହିଥିବା ଆର୍ଦ୍ରଭୂମିଗୁଡ଼ିକର ସୁରକ୍ଷା ମାମଲାରେ ସୁପ୍ରିମକୋର୍ଟ ଶୁଣାଣି କରି ୧୫ଟି ରାଜ୍ୟର ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ମାମଲା ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ଅନୁସାରେ ହାଇକୋର୍ଟ ନିଜ ଆଡୁ ମାମଲା ରୁଜୁ କରି ନିୟମିତ ଚିଙ୍ଗୁଡ଼ିଘେରି ଉଚ୍ଛେଦ ପାଇଁ ଜିଲା ପ୍ରଶାସନଗୁଡିକୁ ନିର୍ଦ୍ଦେଶ ଦେଉଛନ୍ତି। ତେବେ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଚିଙ୍ଗୁଡ଼ିଘେରି ଉଛେଦ ହେଉଥିଲା ବେଳେ ପୁଣି ସେଠାରେ ଚିଙ୍ଗୁଡ଼ିଘେରି ତିଆରି ହେଉଛି। ସେହିପରି ସ୍ଥାନୀୟ ପ୍ରଶାସନ ଚିଙ୍ଗୁଡ଼ିଘେରି ଅଧା ଭାଙ୍ଗି ଘେରି ଉଚ୍ଛେଦ ହେଉଥିବା ଅଦାଲତଙ୍କୁ ଦର୍ଶାଉଥିବାରୁ ହାଇକୋର୍ଟ ଏଥିରେ ପୂର୍ବରୁ ଅସନ୍ତୋଷ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

ଦୋକାନବଜାର ବନ୍ଦ, ଗାଡ଼ି ଚଳାଚଳ ଠପ୍‌: କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦର ପ୍ରଭାବ

କର୍ଲାମୁଣ୍ଡା, ୮।୧୦(ପ୍ରଦୀପ କୁମାର ସାହୁ): ଗୁରୁବାର ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ବନ୍ଦ ଯୋଗୁ ସକାଳୁ ବ୍ଲକର…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ବାଇକ୍‌ରେ କାମକୁ ଯାଉଥିଲେ ଯୁବକ, ଧକ୍କା ଦେଲା ଟ୍ରାକ୍ଟର: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଥୁଆମୂଳ ରାମପୁର, ୭।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?