Posted inଜାତୀୟ

‘ଖାଲି ବଡ଼ ପାଟି କଲେ ମିଛ କେବେ ସତ ହୁଏ ନାହିଁ’

ନୂଆଦିଲ୍ଲୀ,୨୨ା୭: ସୋମବାର ସଂସଦ ଅଧିବେଶନ ଆରମ୍ଭ ହେବା ମାତ୍ରେ ନିଟ୍‌ ପେପର ଲିକ୍‌ ପ୍ରସଙ୍ଗରେ ଦଳ ଏବଂ ବିରୋଧୀଙ୍କ ମଧ୍ୟରେ ତୀବ୍ର ବିତର୍କ ଆରମ୍ଭ ହୋଇଥିଲା। କଂଗ୍ରେସ ଏମ୍‌ପି ତଥା ଲୋକ ସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କହିଛନ୍ତି, ଯେହେତୁ ନିଟ୍‌ ଏକ ବ୍ୟବସ୍ଥିତ ପ୍ରସଙ୍ଗ, ତେଣୁ ଆପଣ ଏହି ସମସ୍ୟାର ସମାଧାନ ପାଇଁ କଣ କରୁଛନ୍ତି? ଏହା ଜବାବରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ନିଟ୍‌ ପରୀକ୍ଷା ମାମଲାରେ ପେପର ଲିକ୍‌ ହେବାର କୌଣସି ସ୍ପଷ୍ଟ ପ୍ରମାଣ ସାମ୍ନାକୁ ଆସି ନାହିଁ। ବିରୋଧୀଦଳର ନେତାମାନେ ଶିକ୍ଷାମନ୍ତ୍ରୀଙ୍କ ଏହି ବିବୃତ୍ତି ପରେ ଗୃହରେ ହଙ୍ଗାମା କରିଥିଲେ। ଧର୍ମେନ୍ଦ୍ର କହିଛନ୍ତି, କେବଳ ବଡ଼ ପାଟି କଲେ ମିଛ କେବେ ସତ ହୋଇଯାଏନା। ଦେଶର ପରୀକ୍ଷା ବ୍ୟବସ୍ଥା ନିରର୍ଥକ ବୋଲି ବିରୋଧୀଦଳର ନେତାଙ୍କ ବିବୃତ୍ତି ଅତ୍ୟନ୍ତ ନିନ୍ଦନୀୟ।

ରାହୁଲ କହିଛନ୍ତି, ପରୀକ୍ଷା ବ୍ୟବସ୍ଥାରେ ବିଶୃଙ୍ଖଳା ଦେଖାଦେଇଛି। ପେପର ଲିକ୍‌ ଏକ ଗୁରୁତର ପ୍ରସଙ୍ଗ। ଏହା କେବଳ ନିଟ୍‌ ଉପରେ ପ୍ରଶ୍ନ ନୁହେଁ, ବରଂ ସମସ୍ତ ପରୀକ୍ଷା ଉପରେ। ରାହୁଲଙ୍କ ବିବୃତ୍ତିରେ ଶିକ୍ଷାମନ୍ତ୍ରୀ କହିଛନ୍ତି, ମୁଁ କାହାଠାରୁ ପ୍ରମାଣପତ୍ର ଚାହୁଁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri