Posted inଜାତୀୟ

ଅଳ୍ପ ମଦ ସ୍ବାସ୍ଥ୍ୟ ପାଇଁ ଭଲ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୯(ପି.ଟି.): ସ୍ବଳ୍ପ ପରିମାଣର ମଦ ପିଇବା ସ୍ବାସ୍ଥ୍ୟ ପାଇଁ ଭଲ। ଅନେକ ଏଭଳି ପ୍ରସ୍ତାବ ଦେଇଥାନ୍ତି ବୋଲି ସୁପ୍ରିମକୋର୍ଟ ଖଣ୍ଡପୀଠ ଶୁକ୍ରବାର ଏକ ଜନସ୍ବାର୍ଥ ମାମଲାର ଶୁଣାଣି ବେଳେ କହିଛନ୍ତି। ତମାଖୁ ସେବନ ସ୍ବାସ୍ଥ୍ୟ ପାଇଁ ହାନିକାରକ। ସେଥିପାଇଁ ତମାଖୁ ପ୍ୟାକେଟରେ ଫଟୋଚିତ୍ର ସହ ବୈଧାନିକ ସତର୍କ ସୂଚନାକୁ ବାଧ୍ୟତାମୂଳକ କରାଯାଇଛି। ସେହିଭଳି ମଦ ବୋତଲଗୁଡ଼ିକରେ ବୈଧାନିକ ସତର୍କ ସୂଚନା ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଥିଲା। ତେବେ ଏଥିରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଏହା ସରକାରଙ୍କ ନୀତିଗତ ନିଷ୍ପତ୍ତି ପରିସରରେ ଆସୁଥିବାରୁ, ଅଦାଲତ ହସ୍ତକ୍ଷେପ କରିପାରିବେ ନାହିଁ ବୋଲି ପ୍ରଧାନ ବିଚାରପତି ଉଦୟ ଉମେଶ ଲଳିତ, ଜଷ୍ଟିସ୍‌ ଇନ୍ଦିରା ବାନାର୍ଜୀ ଏବଂ ଏସ୍‌. ରବୀନ୍ଦ୍ର ଭଟ୍ଟଙ୍କ ଖଣ୍ଡପୀଠ ସ୍ପଷ୍ଟ କରିଛନ୍ତି।
ଆଇନଜୀବୀ ଅଶ୍ୱିନୀ ଉପାଧ୍ୟାୟ ଦାଏର କରିଥିବା ପିଆଇଏଲ୍‌ରେ ଉଲ୍ଲେଖ କରିଥିଲେ, ସିଗାରେଟ୍‌ ତୁଳନାରେ ମଦ ୧୦ ଗୁଣ ଅଧିକ ହାନିକାରକ। କୋର୍ଟ ନିର୍ଦ୍ଦେଶ ବଳରେ ସିଗାରେଟ୍‌ ପ୍ୟାକେଟଗୁଡ଼ିକରେ ସତର୍କ ସୂଚନାକୁ ବାଧ୍ୟତାମୂଳକ କରାଯାଇଛି। ମଦ କ୍ଷେତ୍ରରେ ସେଭଳି ନିର୍ଦ୍ଦେଶ ଦେବା ଲାଗି ଆବେଦନକାରୀ ଅଦାଲତଙ୍କୁ ନିବେଦନ କରିଥିଲେ। ଏଥିସହିତ କୌଣସି ମଦକୁ ମାନବ ବ୍ୟବହାର ଲାଗି ଉପଯୁକ୍ତ ଘୋଷଣା କରିବା ପୂର୍ବରୁ ସ୍ବାସ୍ଥ୍ୟ ପ୍ରଭାବ ଆକଳନ (ଏଚ୍‌ଆଇଏ)କୁ ବାଧ୍ୟତାମୂଳକ କରିବା ଲାଗି ମଧ୍ୟ ଉପାଧ୍ୟାୟ ତାଙ୍କ ପିଟିଶନରେ ପ୍ରାର୍ଥନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri