କମିଛି ବର୍ଷା, କମିନି ଦୁର୍ଦ୍ଦଶା

ସମ୍ବଲପୁର,୧୯ା୮(ବ୍ୟୁରୋ):ହୀରାକୁଦ ଜଳଭଣ୍ଡାରରୁ ଗୁରୁବାର ୨୮ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଅନ୍ୟପଟେ ଦିନତମାମ ସମ୍ବଲପୁର ସହରରେ ବର୍ଷା ହୋଇନାହିଁ। ତେଣୁ ତଳି ଅଞ୍ଚଳରେ ପ୍ରଭାବିତମାନଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ହେଲେ ମଧ୍ୟ ସେମାନଙ୍କ ଦୁର୍ଦ୍ଦଶା କମିନାହିଁ। ଅନେକ ଗୃହ ଏବେ ମଧ୍ୟ ଜଳବନ୍ଦିରେ ରହିଛି। ୭ଟି ଆଶ୍ରୟସ୍ଥଳି ଖୋଲାଯାଇ ପ୍ରାୟ ୬ଶହ ଜଣଙ୍କୁ ରଖାଯାଇଛି। ସେହିପରି ଯେଉଁମାନେ ଉଚ୍ଚ ସ୍ଥାନରେ ଓ ନିଜ ଘରେ ଫଶି ରହିଛନ୍ତି ସେମାନଙ୍କୁ ରନ୍ଧା ଓ ଶୁଖିଲା ଖାଦ୍ୟ ଦିଆଯାଉଛି। ପାଣିପଶି ମାଟିଘର ଭାଙ୍ଗିଯାଇଥିବାରୁ ଲୋକେ ବାସହରା ହୋଇଛନ୍ତି। ଅନ୍ୟପଟେ ଭାଙ୍ଗିଯାଇଥିବା ଘରକୁ ବିପନ୍ନ ସଜାଡ଼ିବାକୁ ଚେଷ୍ଟା କରୁଛନ୍ତି। ଏଭଳି କେତେକ ପରିବାର ଲୋକଙ୍କୁ ରେଙ୍ଗାଲି ବିଧାୟକ ତଥା ଭାଜପା ରାଜ୍ୟ ଉପସଭାପତି ନାଉରୀ ନାଏକ ଭେଟି ଆଲୋଚନା କରିଛନ୍ତି। ସମ୍ବଲପୁର ମହାନଗର ନିଗମ, ଖଣ୍ଡୁଆଳ ଓ ମହାନଦୀ ତଟରେ ଥିବା ପରିବାରକୁ ଭେଟି ରିଲିଫ ସାମଗ୍ରୀ ଓ ସମସ୍ତ ସରକାରୀ ସୁବିଧା ପାଉଛନ୍ତି କି ନାହିଁ ପଚାରି ବୁଝିଥିଲେ। ସରକାରୀ ସୁବିଧା ଯୋଗାଇଦେବା ପାଇଁ ସେ ଅଧିକାରୀଙ୍କ ସହ ମଧ୍ୟ ଆଲୋଚନା କରିଥିଲେ। ତାଙ୍କ ସହ ଧନୁପାଲି ଭାଜପା ମଣ୍ଡଳ ସଭାପତି ପ୍ରକାଶ ସାହୁଙ୍କ ସମେତ ଭାଜପା କର୍ମକର୍ତ୍ତା ଉପସ୍ଥିତ ଥିଲେ। ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ଯେ, ପରିସ୍ଥିତି ସ୍ବାଭାବିକ ରହିଛି। ମୋଟ ୭ଟି ଆଶ୍ରୟସ୍ଥଳରେ ପାଖାପାଖି ୧ହଜାର ବିପନ୍ନଙ୍କୁ ଆଶ୍ରୟ ଦିଆଯାଇ ରନ୍ଧା ଓ ଶୁଖିଲା ଖାଦ୍ୟ ଦିଆଯାଉଛି। ବିଭିନ୍ନ ସ୍ଥାନରେ ପାଣି ପମ୍ପ ଦ୍ୱାରା ଜଳ ନିଷ୍କାସନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri