ଏସ୍‌ସିବିରେ ଯକୃତ ପ୍ରତିରୋପଣ କେନ୍ଦ୍ର ଉଦ୍‌ଘାଟିତ

କଟକ ଅଫିସ, ୨୬।୧୦: ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ବିକାଶରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି। ଜନସାଧାରଣଙ୍କୁ ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ନିମନ୍ତେ ସୋମବାର ଏଠାରେ ୨ଟି ନୂତନ ବିଭାଗ ଉଦ୍‌ଘାଟିତ ହୋଇଛି। ଲିଭର ଟ୍ରାନ୍ସପ୍ଲାଣ୍ଟ (ଯକୃତ ପ୍ରତିରୋପଣ କେନ୍ଦ୍ର) ଏବଂ ଶିଶୁ ଆଲର୍ଜି, ଶ୍ୱାସ ଓ ଫୁସ୍‌ଫୁସ୍‌ ରୋଗ ବହିର୍ବିଭାଗକୁ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଉଦ୍‌ଘାଟନ କରିଛନ୍ତି। ଏଥିସହ ହସ୍ପିଟାଲ ପରିସରରେ ଯାନବାହନ ରହଣି ଲାଗି ପାର୍କିଂସ୍ଥଳ ମଧ୍ୟ ଉଦ୍‌ଘାଟିତ ହୋଇଛି। ଏହି ଅବସରରେ ମନ୍ତ୍ରୀ ଦାସ କହିଛନ୍ତି, ଏସ୍‌ସିବିକୁ ବିଶ୍ୱସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି। ଏବେ ଏଠାରେ ଲିଭର ଟ୍ରାନ୍ସପ୍ଲାଣ୍ଟ, ଶିଶୁ ଆଲଜର୍ର୍ି, ଶ୍ୱାସରୋଗ ଓ ଫୁସ୍‌ଫୁସ୍‌ ରୋଗ ବହିର୍ବିଭାଗ ଖୋଲାଯିବା ଦ୍ୱାରା ରୋଗୀଙ୍କୁ ଆଉ ଅଯଥା ଖର୍ଚ୍ଚାନ୍ତ ହୋଇ ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ ବୋଲି ମନ୍ତ୍ରୀ ଦାସ ପ୍ରକାଶ କରିଛନ୍ତି।
ଉଦ୍‌ଘାଟନ ପରେ ସ୍ବାସ୍ଥ୍ୟ ମନ୍ତ୍ରୀ ନିଜେ ପ୍ରଥମ ରୋଗୀଙ୍କ ନାମ ପଞ୍ଜୀକରଣ କରିଛନ୍ତି। ରୋଗୀ ଜଣକ ରାଉରକେଲା ଅଞ୍ଚଳର ବିଚିତ୍ରାନନ୍ଦ ଖଟୁଆ। ତାଙ୍କର ପୁତ୍ର ଯକୃତ ଦାନ କରିବେ। ରାଜ୍ୟରେ ଯକୃତ ରୋଗୀଙ୍କୁ ଉନ୍ନତ ଚିକିତ୍ସା ସେବା ଯୋଗାଇ ଦେବାକୁ ସରକାର ୨୨କୋଟି ଟଙ୍କା ଖର୍ଚ୍ଚ କରି ଏସ୍‌ସିବି ମେଡିକାଲରେ ଏହି ସ୍ବତନ୍ତ୍ର ୟୁନିଟ୍‌ ଖୋଲିଛନ୍ତି। ଲିଭର ଟ୍ରାନ୍ସପ୍ଲାଣ୍ଟ ପାଇଁ ୨୫ରୁ ୩୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥାଏ। ପୂର୍ବରୁ ଓଡ଼ିଶାରେ ଏଭଳି ସୁବିଧା ନ ଥିଲା। ଫଳରେ ରୋଗୀଙ୍କୁ ଚେନ୍ନାଇ, କୋଲକାତା, ବେଙ୍ଗାଲୁରୁ, ହାଇଦ୍ରାବାଦ, ଅହମ୍ମଦାବାଦ ଓ ନୂଆଦିଲ୍ଲୀ ପ୍ରଭୃତି ସ୍ଥାନକୁ ଯିବାକୁ ପଡୁଥିଲା। ମାତ୍ର ଏବେ ଏସ୍‌ସିବିରେ କମ୍‌ ଖର୍ଚ୍ଚରେ ଏହି ସେବା ମିଳିପାରିବ। ସେହିପରି ଏସ୍‌ସିବି ପାଇଁ ୧୨ କୋଟି ଟଙ୍କା ବ୍ୟୟରେ ଯନ୍ତ୍ରପାତି କ୍ରୟ କରାଯାଇଥିବାବେଳେ ମେଡିକାଲ ଭିିତ୍ତିଭୂମି ବିକାଶରେ ୧୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି ବୋଲି ଏସ୍‌ସିବି ପକ୍ଷରୁ ସୂଚନା ଦିଆଯାଇଛି। ଉଦ୍‌ଘାଟନୀ ଉତ୍ସବରେ ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ, ଏସ୍‌ସିବି ଅଧ୍ୟକ୍ଷ ପ୍ରଫେସର ଡାକ୍ତର ଦତ୍ତେଶ୍ୱର ହୋତା, ଅଧୀକ୍ଷକ ପ୍ରଫେସର ଡା. ଲୁସି ଦାସ, ମେଡିସିନ ବିଭାଗ ମୁଖ୍ୟ ପ୍ରଫେସର ଡା. ଜୟନ୍ତ କୁମାର ପଣ୍ଡା, ପ୍ରଶାସନିକ ଅଧିକାରୀ କଳ୍ପତରୁ ବେହେରା, ଯକ୍ଷ୍ମା ଓ ଛାତି ରୋଗ ବିଭାଗ ମୁଖ୍ୟ ପ୍ରଫେସର ଡା. ମନୋରଞ୍ଜନ ପଟ୍ଟନାୟକ, ସର୍ଜରି ବିଭାଗ ମୁଖ୍ୟ ପ୍ରଫେସର ଡା. ବନବିହାରୀ ମିଶ୍ର, ଜରୁରିକାଳୀନ ଅଧିକାରୀ ଡା. ଭୁବନାନନ୍ଦ ମହାରଣା, ଦନ୍ତବିଭାଗ ମୁଖ୍ୟ ପ୍ରଫେସର ଡା. ଇନ୍ଦୁଭୂଷଣ କର, ହସ୍ପିଟାଲ ମ୍ୟାନେଜର ସୌମ୍ୟା ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri