ପୂରଣ ହେବ ଦୀର୍ଘ ଦିନର ସ୍ବପ୍ନ: ଜୁନାଗଡ଼ ରୋଡ଼ ପର୍ଯ୍ୟନ୍ତ ସମ୍ପ୍ରସାରଣ ହେଲା ଇସ୍ପାତ ଟ୍ରେନ

ଭବାନୀପାଟଣା,୧୩।୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ପୂରଣ ହେବାକୁ ଯାଉଛି। କାରଣ ଇସ୍ପାତ ଏକ୍ସପ୍ରେସ ଟ୍ରେନ ଜୁନାଗଡ଼ ରୋଡ ପର୍ଯ୍ୟନ୍ତ ସମ୍ପ୍ରସାରଣ ହେବା ନେଇଁ ଭାରତ ସରକାରଙ୍କ ରେଳ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଯାହାକୁ ସ୍ଥାନୀୟ ନେଇଁ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି। ବର୍ତ୍ତମାନ ଇସ୍ପାତ ଟ୍ରେନ ପଶ୍ଚିମବଙ୍ଗ ରାଜ୍ୟ ହାୱଡାରୁ ବାହାରି ବଲାଙ୍ଗୀର ଜିଲା ଟିଟଲାଗଡ଼ ପର୍ଯ୍ୟନ୍ତ ଆସୁଥିଲା। ତେବେ ଏହି ଟ୍ରେନ ସମ୍ପ୍ରସାରଣ ହେବା ପରେ ଏହା ଟିଟଲାଗଡ଼ରୁ କେସିଙ୍ଗା,ଲାଞ୍ଜିଗଡ଼ ରୋଡ଼ ଭବାନୀପାଟଣା ଦେଇ ଜୁନାଗଡ଼ ରୋଡ କୁ ଆସିବ। ଇସ୍ପାତ ଚାଲିବା ପରେ ଜୁନାଗଡ଼ ତଥା କଳାହାଣ୍ଡିବାସୀ ସିଧାସଳଖ କଲିକତା,ସମ୍ବଲପୁର, ରାଉରକେଲା,ଝାରସୁଗୁଡା ଆଦି ସହରକୁ ସୁବିଧାରେ ଯାଇ ପାରିବେ। ଏହି ଟ୍ରେନକୁ ଟିଟଲାଗଡ଼ରୁ ଜୁନାଗଡ଼ ରୋଡ଼ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବା ନେଇଁ ପୂର୍ବରୁ କଳାହାଣ୍ଡି ଲୋକସଭା ଏମ୍‌ପି ମାଳବିକା ଦେବୀ, ରାଜ୍ୟ ସଭା ଏମ୍‌ପି ସୁଜିତ କୁମାର ସମେତ ସ୍ଥାନୀୟ ଅଞ୍ଚଳବାସୀ ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ ଦାବିପତ୍ର ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ଅଛି ହେଲେ ଛାତ ନାହିଁ, ଶିକ୍ଷକ ଅଛନ୍ତି ହେଲେ ପାଠପଢ଼ା ନାହିଁ: ନୂତନ ଗୃହ ନିର୍ମାଣରେ ମଧ୍ୟ ବ୍ୟାପକ ଅନିୟମିତତା

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତ ଅଧୀନ ତୁମୋନୀଖୋଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ…

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୩।୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ…

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri