Odisha Elections 2024
Posted inଜାତୀୟ

‘ଚନ୍ଦ୍ରୟାନ-୩’ ଉପରେ ନଜର

ବେଙ୍ଗାଲୁରୁ,୨୧ା୮(ପି.ଟି.) : ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ଚନ୍ଦ୍ରୟାନ-୩ ମିଶନର ଲ୍ୟାଣ୍ଡର ମଡ୍ୟୁଲ୍‌ ସଫଳତାର ସହ ଏହାର କକ୍ଷ ହ୍ରାସ କରିଚାଲିଛି। ଆସନ୍ତା ୨୩ ତାରିଖ ବୁଧବାର ସନ୍ଧ୍ୟା ୬ଟା ୪ ମିନିଟ୍‌ ସମୟରେ ଚନ୍ଦ୍ରର ଦକ୍ଷିଣ ପାର୍ଶ୍ୱରେ ଏହା ସଫ୍ଟ ଲ୍ୟାଣ୍ଡିଂ କରିବା ଆଶା କରାଯାଉଛି ବୋଲି ରବିବାର ଇସ୍ରୋ ପକ୍ଷରୁ କୁହାଯାଇଛି।

ଲ୍ୟାଣ୍ଡର ମଡ୍ୟୁଲ (ଏଲ୍‌ଏମ୍‌)ରେ ଲ୍ୟାଣ୍ଡର ‘ବିକ୍ରମ’ ଏବଂ ରୋଭର ‘ପ୍ରଜ୍ଞାନ’ ରହିଛନ୍ତି। ବୁଧବାର ଅପରାହ୍ନ ୫ଟା ୪୭ରେ ଏହା ସଫ୍ଟ ଲ୍ୟାଣ୍ଡିଂ କରିବ ବୋଲି ଇସ୍ରୋ ପୂର୍ବରୁ ସୂଚନା ଦେଇଥିଲା ବେଳେ ସେଥିରେ ୧୭ ମିନିଟ ବିଳମ୍ବ ହେବ। ଏଲ୍‌ଏମ୍‌ର ଦ୍ୱିତୀୟ ତଥା ଚୂଡ଼ାନ୍ତ ଡିବୁଷ୍ଟିଂ ମାନୋଭର (ବେଗ ହ୍ରାସ ପ୍ରକ୍ରିୟା) ଶନିବାର ରାତି ୧ଟା ୫୦ରେ ସଫଳତାର ସହ ସମ୍ପନ୍ନ ହୋଇଥିଲା।

ଫଳରେ ଚନ୍ଦ୍ରଠାରୁ ଏହାର ସର୍ବନିମ୍ନ ଦୂରତା ୨୫ କିଲୋମିଟର ଏବଂ ସର୍ବାଧିକ ଦୂରତା ୧୩୪ କିଲୋମିଟରକୁ ହ୍ରାସ ପାଇଛି। ସଫ୍ଟ ଲ୍ୟାଣ୍ଡିଂ ପୂର୍ବରୁ ଲ୍ୟାଣ୍ଡର ମଡ୍ୟୁଲ୍‌ ଏହାର ଆଭ୍ୟନ୍ତରୀଣ ଯାଞ୍ଚ କରିନେବ ଏବଂ ଲ୍ୟାଣ୍ଡିଂ ସ୍ଥାନରେ ସୂର୍ଯ୍ୟ ଉଦୟ ହେବା ପର୍ଯ୍ୟନ୍ତ ଅପେକ୍ଷା କରିବ। ଲୁନା-୨୫ ଚନ୍ଦ୍ରରେ ଧକ୍କା ହେବା ପରେ ଚନ୍ଦ୍ରୟାନ-୩ ସଫଳ ଲ୍ୟାଣ୍ଡିଂ ଉପରେ ଏବେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ କହିଥିବା ପ୍ରତିଟି କଥାକୁ ଅକ୍ଷରେ ଅକ୍ଷରେ ପାଳନ କରିବି; ଭାବବିହ୍ବଳ ହୋଇ ଏଭଳି କହିଲେ ରାହୁଲ…

ରାଏବରେଲି,୧୭।୫: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଶୁକ୍ରବାର ରାଏବରେଲିରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ପୁଅ ରାହୁଲଙ୍କୁ ଆପଣମାନଙ୍କୁ ଦେଉଛି, ତାଙ୍କ କଥା ବୁଝିବେ...

ଫୁଲମାଳ ପକେଇବା ବାହାନାରେ କହ୍ନେୟା କୁମାରଙ୍କୁ ମାଡ଼, ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୭।୫: କଂଗ୍ରେସର ଲୋକ ସଭା ପ୍ରାର୍ଥୀ କହ୍ନେୟା କୁମାରଙ୍କ ଉପରେ ହୋଇଛି ଆକ୍ରମଣ। ଉତ୍ତର ପୂର୍ବ ଦିଲ୍ଲୀରେ କହ୍ନେୟା ପ୍ରଚାର କରୁଥିବା ବେଳେ କିଛି ଯୁବକ...

ନିର୍ବାଚିତ ହେଲେ ଅମେଠି, ରାଏବରେଲିକୁ ସମାନ ଭାବେ ଦେଖିବି: ରାହୁଲ

ଅମେଠି,୧୭ା୫: ରାଏବରେଲିରୁ ନିର୍ବାଚିତ ହେଲେ ଉଭୟ ଅମେଠି ଓ ରାଏବରେଲିର ବିକାଶ ପାଇଁ ସମାନ ଧ୍ୟାନ ଦେବେ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି।...

ଭାଜପାର ଏଜେଣ୍ଟ କହିବାରୁ ସ୍ବାତୀ ମାଲିଓ୍ବାଲଙ୍କ କାଉଣ୍ଟର, କେଜରିଓ୍ବାଲଙ୍କୁ କହିଲେ ଗୁଣ୍ଡା

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ଅଡ଼ୁଆ ବଢିବାରେ ଳାଗିଛି। କାରଣ ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ବିବାଦ ଏବେ ଉଗ୍ର ରୂପରେ ମୁଣ୍ଡ ଟେକିବାରେ...

ମମତାଙ୍କୁ ‘ଆପଣଙ୍କ ଦାମ କେତେ’ ପଚାରି ଅଡ଼ୁଆରେ ଭାଜପା ପ୍ରାର୍ଥୀ

ନୂଆଦିଲ୍ଲୀ,୧୭ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଲକ୍ଷ୍ୟ କରି ଭାଜପା ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟ ଦେଇଥିବା ମନ୍ତବ୍ୟ ଉପରେ ନିର୍ବାଚନ କମିଶନ (ଇସି) ତାଙ୍କୁ କାରଣ...

‘ସ୍ବାତୀ ମାଲିଓ୍ବାଲ ଭାଜପାର ମୋହରା’

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ମାମଲା ଦିନକୁ ଦିନ ବିବାଦ ଘେରକୁ ଟାଣି ହେବାରେ ଲାଗିଛି। ଯେଉଁଥିରେ ଏଏପି...

ଏଥିପାଇଁ ସାମ୍ବାଦିକ ସମ୍ମିଳନୀ କରନ୍ତିନି ପ୍ରଧାନମନ୍ତ୍ରୀ ମୋଦି, କହିଲେ ବଡ଼ କାରଣ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରନ୍ତିନି, ଏନେଇ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାରରେ ସ୍ପଷ୍ଟ କରିଛନ୍ତି। ଗଣମାଧ୍ୟମକୁ କାହିଁକି ସେ ଖୁବ...

ସ୍ବାତୀ ମାଲିଓ୍ବାଲ କିଏ? ସ୍ବାମୀଙ୍କଠାରୁ ଅଲଗା; କିଭଳି କରିଥିଲେ ରାଜନୀତିରେ ଏଣ୍ଟ୍ରି..ଯାହା ପାଇଁ ଏବେ ଅଡୁଆରେ ଏଏପି…

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟି(ଏଏପି) ପକ୍ଷରୁ ରାଜ୍ୟ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ସ୍ବାତୀ ମାଲିଓ୍ବାଲଙ୍କ ସହ ଜଡ଼ିତ ଅସଦାଚରଣ ମାମଲା ଚର୍ଚ୍ଚାରେ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri