Posted inଜାତୀୟ

‘ଚନ୍ଦ୍ରୟାନ-୩’ ଉପରେ ନଜର

ବେଙ୍ଗାଲୁରୁ,୨୧ା୮(ପି.ଟି.) : ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ଚନ୍ଦ୍ରୟାନ-୩ ମିଶନର ଲ୍ୟାଣ୍ଡର ମଡ୍ୟୁଲ୍‌ ସଫଳତାର ସହ ଏହାର କକ୍ଷ ହ୍ରାସ କରିଚାଲିଛି। ଆସନ୍ତା ୨୩ ତାରିଖ ବୁଧବାର ସନ୍ଧ୍ୟା ୬ଟା ୪ ମିନିଟ୍‌ ସମୟରେ ଚନ୍ଦ୍ରର ଦକ୍ଷିଣ ପାର୍ଶ୍ୱରେ ଏହା ସଫ୍ଟ ଲ୍ୟାଣ୍ଡିଂ କରିବା ଆଶା କରାଯାଉଛି ବୋଲି ରବିବାର ଇସ୍ରୋ ପକ୍ଷରୁ କୁହାଯାଇଛି।

ଲ୍ୟାଣ୍ଡର ମଡ୍ୟୁଲ (ଏଲ୍‌ଏମ୍‌)ରେ ଲ୍ୟାଣ୍ଡର ‘ବିକ୍ରମ’ ଏବଂ ରୋଭର ‘ପ୍ରଜ୍ଞାନ’ ରହିଛନ୍ତି। ବୁଧବାର ଅପରାହ୍ନ ୫ଟା ୪୭ରେ ଏହା ସଫ୍ଟ ଲ୍ୟାଣ୍ଡିଂ କରିବ ବୋଲି ଇସ୍ରୋ ପୂର୍ବରୁ ସୂଚନା ଦେଇଥିଲା ବେଳେ ସେଥିରେ ୧୭ ମିନିଟ ବିଳମ୍ବ ହେବ। ଏଲ୍‌ଏମ୍‌ର ଦ୍ୱିତୀୟ ତଥା ଚୂଡ଼ାନ୍ତ ଡିବୁଷ୍ଟିଂ ମାନୋଭର (ବେଗ ହ୍ରାସ ପ୍ରକ୍ରିୟା) ଶନିବାର ରାତି ୧ଟା ୫୦ରେ ସଫଳତାର ସହ ସମ୍ପନ୍ନ ହୋଇଥିଲା।

ଫଳରେ ଚନ୍ଦ୍ରଠାରୁ ଏହାର ସର୍ବନିମ୍ନ ଦୂରତା ୨୫ କିଲୋମିଟର ଏବଂ ସର୍ବାଧିକ ଦୂରତା ୧୩୪ କିଲୋମିଟରକୁ ହ୍ରାସ ପାଇଛି। ସଫ୍ଟ ଲ୍ୟାଣ୍ଡିଂ ପୂର୍ବରୁ ଲ୍ୟାଣ୍ଡର ମଡ୍ୟୁଲ୍‌ ଏହାର ଆଭ୍ୟନ୍ତରୀଣ ଯାଞ୍ଚ କରିନେବ ଏବଂ ଲ୍ୟାଣ୍ଡିଂ ସ୍ଥାନରେ ସୂର୍ଯ୍ୟ ଉଦୟ ହେବା ପର୍ଯ୍ୟନ୍ତ ଅପେକ୍ଷା କରିବ। ଲୁନା-୨୫ ଚନ୍ଦ୍ରରେ ଧକ୍କା ହେବା ପରେ ଚନ୍ଦ୍ରୟାନ-୩ ସଫଳ ଲ୍ୟାଣ୍ଡିଂ ଉପରେ ଏବେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri