ନବୀନ, ଶାହା, ରାହୁଲଙ୍କ ପ୍ରଚାରକୁ ନଜର

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ଦେଶରେ ୭ଟି ପର୍ଯ୍ୟାୟ ମଧ୍ୟରୁ ଆସନ୍ତା ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍‌ ହେବ। ଯଦିଓ ରାଜ୍ୟର ୩ ପ୍ରମୁଖ ଦଳ ନିଜର ଶତପ୍ରତିଶତ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିନାହାନ୍ତି, ତଥାପି ତାହାର ପାଖାପାଖି ପହଞ୍ଚିଲେଣି। ସେହିକ୍ରମରେ ଆସନ୍ତା ୧୩ରୁ ଓଡ଼ିଶାରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଲାଗି ନାମାଙ୍କନପତ୍ର ଦାଖଲ କାର୍ଯ୍ୟ ଆରମ୍ଭ ହୋଇସାରିଲାଣି। ତେଣୁ ଖୁବଶୀଘ୍ର ସବୁ ଦଳର ତାରକା ପ୍ରଚାରକମାନେ ମଇଦାନକୁ ଓହ୍ଲାଇବାକୁ ଏକ ପ୍ରକାର ଯୋଜନା କରିସାରିଲେଣି। ବିଜେଡି ପାଇଁ ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ପ୍ରଚାରର ମଙ୍ଗ ଧରିବେ। ସେହିଭଳି ଭାଜପା ପାଇଁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଏବଂ କଂଗ୍ରେସ ପାଇଁ ପୂର୍ବତନ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତି ରାହୁଲ ଗାନ୍ଧୀ ପ୍ରଚାର କରିବେ। ଏନେଇ ଏକ ପ୍ରକାର ତାରିଖ ମଧ୍ୟ ସ୍ଥିର ହୋଇସାରିଛି। ତେବେ ସବୁ ଦଳ ନିଜର ପ୍ରଚାର କାର୍ଯ୍ୟକ୍ରମ କିପରି କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି।
୨୪ ତାରିଖରେ ନବୀନ ହିଞ୍ଜିଳିରୁ ନିଜର ପ୍ରଚାର କାର୍ଯ୍ୟକ୍ରମ ଆରମ୍ଭ କରିବେ। ଏହାପରେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୪ ଲୋକ ସଭା ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା ଆସନର ପ୍ରଚାର ମଇଦାନକୁ ନବୀନ ଓହ୍ଲାଇବେ। ସେହିକ୍ରମରେ ଆସନ୍ତା ୨୫ ତାରିଖରେ ରାୟଗଡାରେ ନବୀନଙ୍କ ପ୍ରଚାର କାର୍ଯ୍ୟକ୍ରମ ରହିଥିବା ଦଳ ଯୋଜନା କରିଛି। ସେହିପରି ନିର୍ବାଚନ ସମୟରେ ପ୍ରଥମ ଥର ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୨୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବାକୁ ଯୋଜନା କରିଛନ୍ତି। ସୋନପୁରଠାରେ ଶାହାଙ୍କ ପ୍ରଚାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତସୂଚୀ ଆସିବାର ଦିନକ ପୂର୍ବରୁ ଶାହା ଏକ ଜାତୀୟ ଗଣମାଧ୍ୟମରେ ନବୀନଙ୍କ ସହ ସାମ୍ନାସାମ୍ନି ଲଢ଼େଇ ହେବ ବୋଲି ସେ ମତ ରଖିଥିଲେ। ତାଙ୍କ ରାଜ୍ୟ ନେତାମାନେ ବିଜେଡି ସହିତ ମେଣ୍ଟ କରିବାକୁ ସିଧାସଳଖ ମନା କରିଥିବା ଶାହା ଗଣମାଧ୍ୟମ ଆଗରେ କହିଥିଲେ। ଏଭଳି ସ୍ଥିତିରେ ଶାହା ଓଡ଼ିଶା ଗସ୍ତରେ ଆସି ନିଜ ଆଭିମୁଖ୍ୟରେ ବିଜେଡି ପାଇଁ କ’ଣ ରଖୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି। କାରଣ ପୂର୍ବରୁ ମେଣ୍ଟ ଚର୍ଚ୍ଚା, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ନବୀନଙ୍କୁ ପ୍ରଶଂସା କରିବା, ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଏକ ଜାତୀୟ ଗଣମାଧ୍ୟମରେ ପୁଣିଥରେ ନରେନ୍ଦ୍ର ମୋଦି ଦେଶରେ ପ୍ରଧାନମନ୍ତ୍ରୀ ହେବେ ବୋଲି କହିବା କଥା ଏପର୍ଯ୍ୟନ୍ତ ଲୋକଙ୍କ ମନରୁ ଯାଇନାହିଁ। ତେଣୁ ଶାହା ଓଡ଼ିଶା ଆସି ରାଜ୍ୟବାସୀଙ୍କ ଆଗରେ ନିଜର ଆଭିମୁଖ୍ୟ କ’ଣ ରଖୁଛନ୍ତି ତାହା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି ଚର୍ଚ୍ଚା ହେଉଛି। ଅନ୍ୟପଟେ ଆସନ୍ତା ୨୮ ତାରିଖରେ ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ରାହୁଲ କଟକ ଜିଲାର ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ତେଣୁ ସେ ଓଡ଼ିଶା ଗସ୍ତରେ ଆସି କଂଗ୍ରେସ କର୍ମୀଙ୍କ ମନରେ କିଭଳି ବଳ ଦେଉଛନ୍ତି ତାହା ମଧ୍ୟ ଦେଖିବାର ବିଷୟ ବୋଲି ଚର୍ଚ୍ଚା ଜୋର୍‌ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?