Posted inଜାତୀୟ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ଉପରେ ନଜର

ମୁମ୍ବାଇ ,୨୪ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ମହାୟୁତି ମେଣ୍ଟ ବଡ଼ ବିଜୟ ହାସଲ କରିଥିବାବେଳେ କିଏ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ, ତାହା ଉପରେ ସମସ୍ତଙ୍କ ନଜର ରହିଛି। ତେବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ କୌଣସି ବିବାଦ ନ ଥିବା ଉପମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଦେବେନ୍ଦ୍ର ଫଡ୍‌ନବିସ୍‌ ଶନିବାର କହିଛନ୍ତି। ମହାୟୁତି ମେଣ୍ଟରେ ଥିବା ଭାଜପା, ଶିବସେନା ଏବଂ ଏନ୍‌ସିପି ନେତାମାନେ ଏ ସମ୍ପର୍କରେ ନିଷ୍ପତ୍ତି ନେବେ ବୋଲି ସେ ସୂଚନା ଦେଇଛନ୍ତି। ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ସୋମବାର ମୁମ୍ବାଇର ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଶପଥ ନେବେ। ମହାରାଷ୍ଟ୍ରବାସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମର୍ଥନ ଜଣାଇଥିବା ନିର୍ବାଚନ ଫଳାଫଳରୁ ସ୍ପଷ୍ଟ ହୋଇଛି। ଏହି ସଫଳତା ପାଇଁ ଫଡ୍‌ନବିସ ଭୋଟରମାନଙ୍କୁ ବିଶେଷ କରି ମହିଳା ଭୋଟରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମିଥ୍ୟା ପ୍ରଚାର କରି ଧର୍ମ ଆଧାରରେ ଭୋଟରମାନଙ୍କୁ ଭାଗ ଭାଗ କରିବାକୁ ବିରୋଧୀମାନେ ଚଳାଇଥିବା ଉଦ୍ୟମକୁ ରାଜ୍ୟବାସୀ ପଣ୍ଡ କରିଦେଇଛନ୍ତି। ଭୋଟରମାନଙ୍କ ସମର୍ଥନ, ଭାଜପା ଟିମ୍‌ ଏବଂ ଦଳୀୟ ନେତାମାନଙ୍କ ସହଯୋଗ ପାଇଁ ବିରୋଧୀଙ୍କ ଚକ୍ରବୂ୍ୟହକୁ ସେ ଭାଙ୍ଗିବାରେ ସଫଳ ହୋଇଥିବା ଫଡ୍‌ନବିସ କହିଛନ୍ତି। ସେ ନିଜକୁ ଆଧୁନିକ ଯୁଗର ଅଭିମନ୍ୟୁ ବୋଲି କହିବା ସହ ଚକ୍ରବୂ୍ୟହକୁ କିପରି ଭାଙ୍ଗିବାକୁ ହେବ, ତାହା ଜାଣନ୍ତି ବୋଲି କହିଛନ୍ତି। ସେହିପରି ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ପରିଚାଳିତ ଦଳ ବାସ୍ତବରେ ବାଲାସାହେବ ଠାକ୍‌ରେଙ୍କ ଶିବସେନା ବୋଲି ମହାରାଷ୍ଟ୍ର ଜନସାଧାରଣ ଦେଖାଇଦେଇଥିବା ସେ କହିଛନ୍ତି। ଫଡ୍‌ନବିସ ନାଗପୁର ଦକ୍ଷିଣପଶ୍ଚିମ ଆସନରୁ ବିଜୟୀ ହୋଇଛନ୍ତି।

ଭାରତୀୟ ରାଜନୀତିରେ ଅନ୍ୟତମ ଟାଣୁଆ ନେତା ଶରଦ ପାଓ୍ବାରଙ୍କ ରାଜ୍ୟ ସଭା କାର୍ଯ୍ୟକାଳ ୨୦୨୬ରେ ଶେଷ ହେବାକୁ ଯାଉଥିବାବେଳେ ସେ ରାଜନୀତିରେ ସମ୍ପୂର୍ଣ୍ଣ ସକ୍ରିୟ ଥିବା ନିକଟରେ ସୂଚନା ଦେଇଥିଲେ। ତେବେ ଲୋକ ସଭା ନିର୍ବାଚନର ୬ ମାସ ପରେ ତାଙ୍କ ଅଙ୍କ ସମ୍ପୂର୍ଣ୍ଣ ଭୁଲ ପ୍ରମାଣିତ ହୋଇଛି। ତାଙ୍କ ନେତୃତ୍ୱାଧୀନ ଏନ୍‌ସିପିକୁ ସବୁଠୁ ବଡ଼ ଝଟକା ଲାଗିଛି। ୮୭ ଆସନରେ ଏନ୍‌ସିପି (ଏସ୍‌ପି) ପ୍ରାର୍ଥୀ ଦେଇଥିବାବେଳେ ମାତ୍ର ୧୦ଟିରେ ବିଜୟୀ ହୋଇଛି। ଅର୍ଥାତ୍‌ ତାଙ୍କ ଦଳର ଭୋଟ ହାର ୧୧.୨୮ ପ୍ରତିଶତ ରହିଛି, ଯାହା ବର୍ଷୀୟାନ ନେତାଙ୍କ ଦଳର ସବୁଠୁ ଖରାପ ପ୍ରଦର୍ଶନ। ୬ ମାସ ପୂର୍ବରୁ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ପାଓ୍ବାରଙ୍କ ଦଳର ଭୋଟ ହାର ୮୦ ପ୍ରତିଶତ ରହିଥିଲା। ଏଥର ନିର୍ବାଚନରେ ତାଙ୍କ ଦଳ ଅଜିତ ପାଓ୍ବାରଙ୍କ ଗୋଷ୍ଠୀଠାରୁ ୩୧ ଆସନ ପଛରେ ରହିଛି। ଉଭୟ ଦଳ ମଧ୍ୟରେ ଅସ୍ତିତ୍ୱ ପାଇଁ ଲଢ଼େଇ ଚାଲିଥିଲା। ଏନ୍‌ସିପିରୁ ଅଜିତ ପାଓ୍ବାର ଅଲଗା ହୋଇଯିବା ପରେ ଏହା ଥିଲା ଉଭୟ ଗୋଷ୍ଠୀ ମଧ୍ୟରେ ପ୍ରଥମ ବିଧାନସଭା ନିର୍ବାଚନ। ଲୋକ ସଭା ନିର୍ବାଚନରେ ଶରଦଙ୍କ ଦଳ ନିର୍ଣ୍ଣାୟକ ବିଜୟ ହାସଲ କରିଥିବାରୁ ତାଙ୍କ ଗୋଷ୍ଠୀ ନିଜକୁ ପ୍ରକୃତ ଏନ୍‌ସିପି ବୋଲି ଦାବି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri