ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ଅବସରରେ ବିଶାଳ ଶୋଭାଯାତ୍ରା ଆୟୋଜିତ ହୋଇଥିଲା।
ପାଟଣା ମୁଖ୍ୟାଳୟସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରୁ ଶୋଭାଯାତ୍ରା ବାହାରି ବଜାର ପରିକ୍ରମା କରି ଆନନ୍ଦେଶ୍ୱର ଶିବମନ୍ଦିରରେ ପହଞ୍ଚିଥିଲା। ପରେ ଶୋଭାଯାତ୍ରା ପୁନର୍ବାର ଶିଶୁ ମନ୍ଦିରକୁ ଫେରିବା ପରେ ସଭା ଅନୁଷ୍ଠିତ ହୋଇଥିଲା।
ବିଶ୍ୱ ହିନ୍ଦୁ ପରିଷଦ ପାଟଣା ବ୍ଲକ ସଭାପତି ସନାତନ ଦାଶଙ୍କ ସଭାପତିତ୍ୱରେ ସଭାରେ ମୁଖ୍ୟ ବକ୍ତା ବିଶ୍ୱ ହିନ୍ଦୁ ପରିଷଦ ଓଡ଼ିଶା ପୂର୍ବର ବିଶେଷ ସମ୍ପର୍କ ବିଭାଗ ଟୋଲି ସଦସ୍ୟ ମଦନ ମୋହନ ଦ୍ୱିବେଦୀ ଯୋଗଦେଇ ବିଶ୍ବ ହିନ୍ଦୁ ପରିଷର ଆଭିମୁଖ୍ୟ, ହିନ୍ଦୁଧର୍ମର ମହନୀୟତା ଉପରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ ଆର୍‌ଏସ୍‌ଏସ୍‌ କେନ୍ଦୁଝର-ମୟୂରଭଞ୍ଜ ବିଭାଗ ପ୍ରଚାରକ ତପନ କୁମାର ନାୟକ, କେନ୍ଦୁଝର ଜିଲା ସଂଘଚାଳକ ଭାଗୀରଥି ପୃଷ୍ଟି, ଖଣ୍ଡ ସଂଘଚାଳକ କାଳୀଚରଣ ମହାନ୍ତ, ବିଶ୍ୱ ହିନ୍ଦୁ ପରିଷଦ ବ୍ଲକ ଉପସଭାପତି କୃଷ୍ଣଚନ୍ଦ୍ର ମହାନ୍ତ, ସମ୍ପାଦକ ଡମ୍ବରୁଧର ମହାନ୍ତ, ଖଣ୍ଡ ସଭାପତି ଚତୁର୍ଭୁଜ ମହାନ୍ତ ଓ ପୂର୍ଣ୍ଣଚନ୍ଦ୍ର ମହାନ୍ତ ପ୍ରମୁଖ ଯୋଗଦେଇ ହିନ୍ଦୁ ଧର୍ମର ମହନୀୟତା ଉପରେ ଆଲୋକପାତ କରିଥିଲେ।
ଶୋଭାଯାତ୍ରାରେ ବିଶ୍ୱହିନ୍ଦୁ ପରିଷଦର ପୂର୍ବତନ ସଭାପତି ଦୁର୍ଗାଚରଣ ନାୟକ, ରଜତ କୁମାର କର, ଆର୍‌ଏସଏସ୍‌ର ବିରଞ୍ଚି ମହାନ୍ତ, ଶିଶୁମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଗଣେଶ୍ୱର କରଙ୍କ ସମେତ ବହୁ କର୍ମକର୍ତ୍ତା ଓ ସଦସ୍ୟ ସାମିଲ ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁଧାରିବାର ସୁଯୋଗ

ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ ନଭେମ୍ୱର ୩ରେ ହେବ। ରାଷ୍ଟ୍ରପତିଙ୍କ ୪ ବର୍ଷର କାର୍ଯ୍ୟକାଳ ମଧ୍ୟଭାଗରେ ଅନୁଷ୍ଠିତ ହେଉଥିବାରୁ ଏହାକୁ ମିଡଟର୍ମ ବା ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ କୁୁହାଯାଏ। ଆମେରିକାର…

DA Hike Alert: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ୨୮ ଅକ୍ଟୋବରରେ ଡିଏ ଘୋଷଣା! କେତେ ବଢ଼ିବ ଦରମା?

ନୂଆଦିଲ୍‌ଲୀ,୨୫।୧୦:କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଅପେକ୍ଷା ଆହୁରି ଲମ୍ୱା ହେବାରେ ଲାଗିଛି। ଜୁଲାଇ ୨୦୨୬ ପାଇଁ ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ସହାୟତା (DR) ବୃଦ୍ଧି…

କୁମାର ପୂର୍ଣ୍ଣିମାରେ ଚମକିବ ୩ ରାଶିଙ୍କ ଭାଗ୍ୟ; ହୁ ହୁ ବଢିବ ଧନ, ଯାଚିକି ଟଙ୍କା ଦେବେ ଲୋକ…

ଆଜି ୨୫ ଅକ୍ଟୋବର ୨୦୨୬ ରବିବାର ଦିନ ଶରତ ପୂର୍ଣ୍ଣିମା (କୁମାର ପୂର୍ଣ୍ଣିମା) ପଡ଼ୁଛି। ଆଜି ଶରତ ପୂର୍ଣ୍ଣିମା ଅବସରରେ ଗ୍ରହମାନଙ୍କ ସଂଯୋଗରୁ ଅନେକ ଶୁଭ ଯୋଗ…

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆକାଶଛୁଆଁ ଦାମ: ୭ ହଜାରରେ ପହଞ୍ଚିଲା ଗ୍ୟାସ ସିଲିଣ୍ଡର, ଇରାନ ରୋକିଲା ସପ୍ଲାଏ!

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…

ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?