ବ୍ଲିଙ୍କେନ୍‌ଙ୍କ ବେଜିଂ ଗସ୍ତ ଉପରେ ନଜର

ବେଜିଂ,୧୯ା୬: ଓ୍ବାଶିଂଟନ୍‌ ଓ ବେଜିଂ ମଧ୍ୟରେ ବଢ଼ୁଥିବା ତିକ୍ତତା ଦୂର କରିବା ମିଶନରେ ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ରବିବାର ଚାଇନା ଗସ୍ତ କରିଛନ୍ତି। ସେ ଚାଇନା ବହିର୍ବ୍ୟାପାର ମନ୍ତ୍ରୀ କ୍ୱିନ୍‌ ଗାଙ୍ଗ୍‌ଙ୍କ ସହ ତାଇଓ୍ବାନ୍‌ ପ୍ରସଙ୍ଗ ଓ ୟୁକ୍ରେନ୍‌ ଯୁଦ୍ଧ ସମେତ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ୍‌ ୨୨ରେ ଓ୍ବାଶିଂଟନ୍‌ ଯାଇ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସହ ଆଲୋଚନା କରିବାକୁ ଥିବାବେଳେ ଆମେରିକାର ଶୀର୍ଷ କୂଟନୀତିଜ୍ଞ ବ୍ଲିଙ୍କେନ୍‌ ଦୁଇଦିନିଆ ବେଜିଂ ଗସ୍ତ କରିଛନ୍ତି। ପ୍ରତିରକ୍ଷା ସହଯୋଗ ବୃଦ୍ଧି, ଆମେରିକା, ଭାରତ, ଅଷ୍ଟ୍ରେଲିଆ ଓ ଜାପାନର କ୍ୱାଡ୍‌ ମେଣ୍ଟକୁ ସୁଦୃଢ଼ କରିବା ଉପରେ ମୋଦି-ବାଇଡେନ୍‌ଙ୍କ ମଧ୍ୟରେ ଆଲୋଚନା ହୋଇପାରେ। ଚାଇନାକୁ ଘେରିବା ଏହି ମେଣ୍ଟର ଉଦ୍ଦେଶ୍ୟ ବୋଲି ଚାଇନା ପକ୍ଷରୁ ଅଭିଯୋଗ ହୋଇଆସୁଛି। ତେଣୁ ବ୍ଲିଙ୍କେନ୍‌ଙ୍କ ଗସ୍ତକୁ କୂଟନୈତିକ ଦୃଷ୍ଟିରୁ ଗୁରୁତ୍ୱ ଦିଆଯାଉଛି।

ଚାଇନା ଓ ଆମେରିକା ଦ୍ୱିପାକ୍ଷିକ ସମ୍ପର୍କ ସୁଧାରିବା ପାଇଁ ଆଗ୍ରହୀ ଥିବା ବ୍ଲିଙ୍କେନ୍‌ଙ୍କ ଗସ୍ତରୁ ମନେକରାଯାଉଛି। ସେ ସୋମବାର ଚାଇନାର ଶୀର୍ଷ କୂଟନୀତିଜ୍ଞ ଓ୍ବାଙ୍ଗ୍‌ ୟି ଏବଂ ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କ ସହ ଆଲୋଚନା କରିପାରନ୍ତି। ବାଇଡେନ୍‌ ରାଷ୍ଟ୍ରପତି ହେବା ପରେ ଏହା ହେଉଛି ଜଣେ ଉଚ୍ଚସ୍ତରୀୟ ଆମେରିକୀୟ ଅଧିକାରୀଙ୍କ ପ୍ରଥମ ଚାଇନା ଗସ୍ତ। ସେହିପରି ଗତ ୫ ବର୍ଷ ମଧ୍ୟରେ ଏହା ହେଉଛି ଜଣେ ପରରାଷ୍ଟ୍ର ସଚିବଙ୍କ ପ୍ରଥମ ଚାଇନା ଗସ୍ତ। ବ୍ଲିଙ୍କେନ୍‌ ଗତ ଫେବୃୟାରୀରେ ବେଜିଂ ଗସ୍ତ କରିବାର ଥିଲା। କିନ୍ତୁ ଆମେରିକା ଆକାଶରେ ଚାଇନାର ଗୁପ୍ତଚର ବେଲୁନ୍‌ ଉଡ଼ିବା ପରେ ସେ ଗସ୍ତକୁ ବାତିଲ କରିଥିଲେ। ତେଣୁ ଏହି ଗସ୍ତ ଉପରେ ଅନ୍ତର୍ଜାତୀୟ ସମୁଦାୟର ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri