୩ ଅଭିଯୁକ୍ତଙ୍କଠାରୁ ମିଳିଲା ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପାକିସ୍ତାନର ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ)ର ଏଜେଣ୍ଟଙ୍କୁ ମୋବାଇଲ୍‌ ଓଟିପି ଶେୟାରିଂ ମାମଲାରେ ଜେରା ହେଉଥିବା ୩ ଅଭିଯୁକ୍ତଙ୍କ ମଙ୍ଗଳବାର ୩ ଦିନିଆ ରିମାଣ୍ଡ ଅବଧି ସରିଛି। ତେଣୁ ଅଭିଯୁକ୍ତ ପଠାଣିସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ ସୌମ୍ୟ ପଟ୍ଟନାୟକଙ୍କୁ କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ପୁଣି ଜେଲରେ ହାଜର କରିଛି। ତେବେ ଏହି ରିମାଣ୍ଡ ଅବଧି ସମୟରେ ଏସ୍‌ଟିଏଫ୍‌କୁ ମାମଲା ସଂକ୍ରାନ୍ତରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ଅଭିଯୁକ୍ତମାନେ ଥିବା ସୋସିଆଲ୍‌ ମିଡିଆ ଗ୍ରୁପ୍‌ରେ ମୋବାଇଲ୍‌ ସିମ୍‌ର ଓଟିପି ନିଲାମ ହୁଏ। ଯିଏ ଅଧିକ ଟଙ୍କା ଦିଏ, ତାଙ୍କୁ ଓଟିପି ପଠାଯାଇଥାଏ। ଏହି ଓଟିପି ବାବଦକୁ ଅଭିଯୁକ୍ତଙ୍କ ଆକାଉଣ୍ଟକୁ ବିଭିନ୍ନ ପର୍ଯ୍ୟାୟରେ ଦିଲ୍ଲୀ, ରାଜସ୍ଥାନ, ପଶ୍ଚିମବଙ୍ଗ ଆଦି ରାଜ୍ୟରୁ ବିପୁଳ ଟଙ୍କା ଆସିଥିବା ଏନ୍‌ପିସିଆଇ (ନ୍ୟାଶନାଲ୍‌ ପେମେଣ୍ଟ୍‌ସ କର୍ପୋରେଶନ୍‌ ଅଫ୍‌ ଇଣ୍ଡିଆ)ରୁ ତଥ୍ୟ ମିଳିଛି। ତେଣୁ ଟଙ୍କା ପଠାଇଥିବା ଲୋକଙ୍କୁ ଏସ୍‌ଟିଏଫ୍‌ ଧରିବାକୁ ପ୍ରୟାସ ଆରମ୍ଭ କରିଛି। ସମ୍ପୃକ୍ତ ଲୋକମାନେ ଆଇଏସ୍‌ଆଇ ଏଜେଣ୍ଟଙ୍କ ଲିଙ୍କ୍‌ରେ ଥିବା ମଧ୍ୟ ଏସ୍‌ଟିଏଫ୍‌ ସନ୍ଦେହ କରୁଛି। ଏସ୍‌ଟିଏଫ୍‌ ଏନେଇ ତଦନ୍ତ ଜାରି ରଖିଛି। ଏପରିକି ଏସ୍‌ଟିଏଫ୍‌ ଅନ୍ୟ ରାଜ୍ୟକୁ ଯାଇ ଟଙ୍କା ପଠାଇଥିବା ଲୋକଙ୍କୁ ଧରିବ ବୋଲି ସୂଚନା ମିଳିଛି।
ଅଭିଯୁକ୍ତମାନେ ଅନ୍ୟ ନଁାରେ ମୋବାଇଲ ସିମ୍‌ ଆଣି ବିଭିନ୍ନ ସୋସିଆଲ ମିଡିଆ ଗ୍ରୁପ୍‌ ଦ୍ୱାରା ଆଇଏସ୍‌ଆଇ ଏଜେଣ୍ଟଙ୍କୁ ଓଟିପି ଶେୟାର କରି ବିପୁଳ ଟଙ୍କା ପାଉଥିଲେ। ଆଇଏସ୍‌ଆଇ ଏଜେଣ୍ଟମାନେ ଉକ୍ତ ଓଟିପିକୁ ବ୍ୟବହାର କରି ହ୍ବାଟ୍‌ସଆପ୍‌, ଟେଲିଗ୍ରାମ, ଫେସ୍‌ବୁକ୍‌, ଇନ୍‌ଷ୍ଟାଗ୍ରାମ, ଟୁଇଟର୍‌ ଆଦି ସୋସିଆଲ ମିଡିଆ ଏବଂ ଆମାଜନ୍‌, ଫ୍ଲିପ୍‌କାର୍ଟ ଭଳି ଶପିଂ ଆପ୍‌ରେ ଆକାଉଣ୍ଟ ଅପରେଟ୍‌ କରୁଥିବା ଜଣାପଡ଼ିଛି। କିଛିଦିନ ତଳେ ଏଭଳି ଏକ ହ୍ବାଟ୍‌ସଆପ୍‌ ଗ୍ରୁପ୍‌ର ସନ୍ଧାନ ଏସ୍‌ଟିଏଫ୍‌ ପାଇଥିଲା। ସେଥିରେ ବହୁ ସଦସ୍ୟ ଥିବାବେଳେ ଏସ୍‌ଟିଏଫ୍‌ ଉପରୋକ୍ତ ୩ ଅଭିଯୁକ୍ତଙ୍କ ପରିଚୟ ପାଇବା ପରେ ସେମାନଙ୍କୁ ଗିରଫ କରି ଗତ ମେ ୧୪ରେ କୋର୍ଟଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri