Posted inଜାତୀୟ

ବହୁ ବିରୋଧୀ ମେଣ୍ଟ ୧୯୯୬ ସ୍ଥିତି ସୃଷ୍ଟି କରିବ

ନୂଆଦିଲ୍ଲୀ, ୨୨ା୩: ୨୦୨୪ ଲୋକ ସଭା ନିର୍ବାଚନ ଲାଗି ଅବଗଣନା ଆରମ୍ଭ ହୋଇଥିବାବେଳେ ଆଞ୍ଚଳିକ ଦଳଗୁଡ଼ିକ ସମେତ ସମସ୍ତ ବୃହତ୍‌ ବିରୋଧୀ ଦଳ ଭାଜପାକୁ କ୍ଷମତାରୁ ହଟାଇବା ପାଇଁ ବଡ଼ ଧରଣର ରାଜନୈତିକ ଲଢ଼େଇ ପାଇଁ ପ୍ରସ୍ତୁତ ହେଉଛନ୍ତି। ତେବେ ବହୁ ବିରୋଧୀ ଦଳ ମେଣ୍ଟ ୧୯୯୬ ଭଳି ସ୍ଥିତି ସୃଷ୍ଟି କରିବା ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ଅନେକେ ମତ ଦେଇଛନ୍ତି। ପ୍ରାୟ ଦୁଇବର୍ଷ ହେଲା ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ବିରୋଧୀ ଦଳଗୁଡ଼ିକ ଏକାଠି ହେଉଛନ୍ତି। ଭାଜପା ଓ ଏହାର ସହଯୋଗୀଙ୍କ ବିରୋଧରେ ଏକାଠି ଲଢ଼ିବା ପାଇଁ ପ୍ରତିଥର ଆଶା ପ୍ରକାଶ ପାଉଛି ଓ ପରେ ତାହା ଫିକା ପଡ଼ିଯାଉଛି। ନିକଟରେ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍‌ସି ନେତ୍ରୀ ମମତା ବାନାର୍ଜୀଙ୍କୁ ଭେଟିଥିଲେ। ସେମାନେ ଭାଜପା ଓ କଂଗ୍ରେସଠାରୁ ସମଦୂରତ୍ୱ ରକ୍ଷା କରିବା ଲାଗି ସହମତ ହୋଇଥିଲେ। ଏଥିରେ ବିଜୁ ଜନତା ଦଳ ଅଧ୍ୟକ୍ଷ ତଥା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଭାରତ ରାଷ୍ଟ୍ର ସମିତି ଅଧ୍ୟକ୍ଷ ତଥା ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଓ ଅନ୍ୟ ନେତାମାନଙ୍କୁ ସାମିଲ କରିବା ଲାଗି ମମତା ଯୋଜନା କରିଛନ୍ତି। ମହାରାଷ୍ଟ୍ରର କଂଗ୍ରେସ, ଏନ୍‌ସିପି, ଶିବସେନା-ୟୁବିଟି ମେଣ୍ଟ (ମହାବିକାଶ ଅଘାଡ଼ି) ସ୍ଥିତି ଉପରେ ନଜର ରଖିଛି। ସେହିପରି ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କେରଳ, କର୍ନାଟକର ବିଭିନ୍ନ ଦଳ, ବିହାରର ଜେଡିୟୁ ଏବଂ ଆର୍‌ଜେଡି, ଆମ୍‌ ଆଦ୍‌ମୀ ପାର୍ଟି ଓ ଅନ୍ୟ ଆଞ୍ଚଳିକ ଦଳଗୁଡ଼ିକ ମଧ୍ୟ ସମ୍ଭାବ୍ୟ ମେଣ୍ଟକୁ ନେଇ ଅନୁଧ୍ୟାନ ଚଳାଇଛନ୍ତି, ଯାହା ଏକ ଦ୍ୱନ୍ଦ୍ୱାତ୍ମକ ସ୍ଥିତି ସୃଷ୍ଟି କରିଛି। କଂଗ୍ରେସ ବିନା ବିରୋଧୀ ମେଣ୍ଟ ସମ୍ଭବ ନୁହେଁ ବୋଲି ଏହି ଦଳ ସମେତ ଏନ୍‌ସିପି ଏବଂ ଶିବସେନା-ୟୁବିଟି ପକ୍ଷରୁ କୁହାଯାଇଛି। ଦେଶରେ ଏପର୍ଯ୍ୟନ୍ତ ଭାଜପା ବିରେଧୀ ହାଓ୍ବା ଆସି ନ ଥିବା ସେନା-ୟୁବିଟି ନେତା ସ୍ବୀକାର କରିଥିବାବେଳେ ଖୁବ୍‌ଶୀଘ୍ର ଲୋକଙ୍କ ମାନସିକତାରେ ପରିବର୍ତ୍ତନ ଆସିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri