Posted inଜାତୀୟ

ବହୁ ବିରୋଧୀ ମେଣ୍ଟ ୧୯୯୬ ସ୍ଥିତି ସୃଷ୍ଟି କରିବ

ନୂଆଦିଲ୍ଲୀ, ୨୨ା୩: ୨୦୨୪ ଲୋକ ସଭା ନିର୍ବାଚନ ଲାଗି ଅବଗଣନା ଆରମ୍ଭ ହୋଇଥିବାବେଳେ ଆଞ୍ଚଳିକ ଦଳଗୁଡ଼ିକ ସମେତ ସମସ୍ତ ବୃହତ୍‌ ବିରୋଧୀ ଦଳ ଭାଜପାକୁ କ୍ଷମତାରୁ ହଟାଇବା ପାଇଁ ବଡ଼ ଧରଣର ରାଜନୈତିକ ଲଢ଼େଇ ପାଇଁ ପ୍ରସ୍ତୁତ ହେଉଛନ୍ତି। ତେବେ ବହୁ ବିରୋଧୀ ଦଳ ମେଣ୍ଟ ୧୯୯୬ ଭଳି ସ୍ଥିତି ସୃଷ୍ଟି କରିବା ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ଅନେକେ ମତ ଦେଇଛନ୍ତି। ପ୍ରାୟ ଦୁଇବର୍ଷ ହେଲା ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ବିରୋଧୀ ଦଳଗୁଡ଼ିକ ଏକାଠି ହେଉଛନ୍ତି। ଭାଜପା ଓ ଏହାର ସହଯୋଗୀଙ୍କ ବିରୋଧରେ ଏକାଠି ଲଢ଼ିବା ପାଇଁ ପ୍ରତିଥର ଆଶା ପ୍ରକାଶ ପାଉଛି ଓ ପରେ ତାହା ଫିକା ପଡ଼ିଯାଉଛି। ନିକଟରେ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍‌ସି ନେତ୍ରୀ ମମତା ବାନାର୍ଜୀଙ୍କୁ ଭେଟିଥିଲେ। ସେମାନେ ଭାଜପା ଓ କଂଗ୍ରେସଠାରୁ ସମଦୂରତ୍ୱ ରକ୍ଷା କରିବା ଲାଗି ସହମତ ହୋଇଥିଲେ। ଏଥିରେ ବିଜୁ ଜନତା ଦଳ ଅଧ୍ୟକ୍ଷ ତଥା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଭାରତ ରାଷ୍ଟ୍ର ସମିତି ଅଧ୍ୟକ୍ଷ ତଥା ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଓ ଅନ୍ୟ ନେତାମାନଙ୍କୁ ସାମିଲ କରିବା ଲାଗି ମମତା ଯୋଜନା କରିଛନ୍ତି। ମହାରାଷ୍ଟ୍ରର କଂଗ୍ରେସ, ଏନ୍‌ସିପି, ଶିବସେନା-ୟୁବିଟି ମେଣ୍ଟ (ମହାବିକାଶ ଅଘାଡ଼ି) ସ୍ଥିତି ଉପରେ ନଜର ରଖିଛି। ସେହିପରି ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କେରଳ, କର୍ନାଟକର ବିଭିନ୍ନ ଦଳ, ବିହାରର ଜେଡିୟୁ ଏବଂ ଆର୍‌ଜେଡି, ଆମ୍‌ ଆଦ୍‌ମୀ ପାର୍ଟି ଓ ଅନ୍ୟ ଆଞ୍ଚଳିକ ଦଳଗୁଡ଼ିକ ମଧ୍ୟ ସମ୍ଭାବ୍ୟ ମେଣ୍ଟକୁ ନେଇ ଅନୁଧ୍ୟାନ ଚଳାଇଛନ୍ତି, ଯାହା ଏକ ଦ୍ୱନ୍ଦ୍ୱାତ୍ମକ ସ୍ଥିତି ସୃଷ୍ଟି କରିଛି। କଂଗ୍ରେସ ବିନା ବିରୋଧୀ ମେଣ୍ଟ ସମ୍ଭବ ନୁହେଁ ବୋଲି ଏହି ଦଳ ସମେତ ଏନ୍‌ସିପି ଏବଂ ଶିବସେନା-ୟୁବିଟି ପକ୍ଷରୁ କୁହାଯାଇଛି। ଦେଶରେ ଏପର୍ଯ୍ୟନ୍ତ ଭାଜପା ବିରେଧୀ ହାଓ୍ବା ଆସି ନ ଥିବା ସେନା-ୟୁବିଟି ନେତା ସ୍ବୀକାର କରିଥିବାବେଳେ ଖୁବ୍‌ଶୀଘ୍ର ଲୋକଙ୍କ ମାନସିକତାରେ ପରିବର୍ତ୍ତନ ଆସିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri