ଆକାଶରୁ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଭୟଭୀତ

ବାରିପଦା ଅଫିସ,୨୭ା୨: ମୟୂରଭଞ୍ଜ ଜିଲା ବାରିପଦାରେ ସୋମବାର ପୂର୍ବାହ୍ନ ୧୧ଟା ୧୦ ମିନିଟ୍‌ରେ ଆକାଶରେ ପ୍ରଚଣ୍ଡ ଶବ୍ଦକୁ ନେଇ ଜିଲାବାସୀ ଆତଙ୍କିତ ହୋଇ ପଡ଼ିଛନ୍ତି। ଶବ୍ଦର ବେଗକୁ ନେଇ ଘରଦ୍ୱାର ଥରିବା ସହ ଲୋକମାନେ ଭୟଭୀତ ହୋଇଯାଇଛନ୍ତି । ଜିଲାର ବେତନଟୀ, ବାରିପଦା, ମୋରଡ଼ା,ରାସଗୋବିନ୍ଦପୁର,ବଡ଼ସାହି,ଗୋପବନ୍ଧୁ ନଗର,ଖୁଣ୍ଟା, ଉଦଳା, କପ୍ତିପଦା,ଠାକୁରମୁଣ୍ଡା ଆଦି ବିଭିନ୍ନ ବ୍ଲକ ଅଞ୍ଚଳରେ ଛାତିଥରା ଶବ୍ଦରେ ଭୟର ବାତାବରଣ ଖେଳିଯାଇଛି।ପଥର ବ୍ଲାଷ୍ଟିଂରେ ଏପରି ଶବ୍ଦ ହେଉଥିବା ନେଇ ଆଲୋଚନା ହେଉଥିବା ବେଳେ ପଡ଼ୋଶୀ ବାଲେଶ୍ବର ଜିଲାସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ସୁପରସନିକ ଜେଟ୍‌ ଯିବା ପରେ ବାୟୁର ଶୂନ୍ୟସ୍ଥାନ ପୂରଣ ଜନିତ ଶବ୍ଦ ବୋଲି ଅନୁମାନ କରାଯାଉଛି। ତେବେ ଏ ସମ୍ପର୍କରେ ଜିଲା ଜରୁରିକାଳୀନ ଅଧିକାରୀ ତଥା ଡେପୁଟି ଜିଲାପାଳ ସୁଜୟ କୁମାର ପତି କହନ୍ତି, ଏହି ଶବ୍ଦ ପଛରେ କୌଣସି ବୈଜ୍ଞାନିକ କାରଣ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri