ଘୂର୍ଣ୍ଣିବଳୟ ସୃଷ୍ଟି, ୧ରୁ ବର୍ଷିବ

ଭୁବନେଶ୍ୱର, ୨୯।୯(ଅସମାପିକା ସାହୁ):ମ୍ୟାନ୍‌ମାର ଏବଂ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାପରେ ଏହା ଲଘୁଚାପରେ ପରିଣତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଉତ୍ତର ଓଡ଼ିଶା ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ଏହାର ପ୍ରଭାବରେ ଶୁକ୍ରବାରରୁ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। କେତେକ ଜିଲାରେ ବଜ୍ରପାତ ସହ କାଳବୈଶାଖୀଜନିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି। ପାଣିପାଗ କେନ୍ଦ୍ର ସୂଚନାନୁସାରେ, ଶୁକ୍ରବାର କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକରେ ପ୍ରବଳ ବର୍ଷା ହେବ। ସେହିପରି ଶନିବାର ଖୋର୍ଦ୍ଧା, କଟକ, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼ ଓ ସମ୍ବଲପୁରରେ ପ୍ରବଳ ବର୍ଷା ହେବ ଏବଂ ଏହି ଦୁଇଦିନ ଏ ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୧ ଓ ୨ ତାରିଖରୁ ବିଭିନ୍ନ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ୧ରେ ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବଲାଙ୍ଗୀର, ଅନୁଗୋଳ ଏବଂ ୨ ତାରିଖରେ ନବରଙ୍ଗପୁର, ନୂଆପଡ଼ା, କଲାଙ୍ଗୀର, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri