Posted inରାଜ୍ୟ

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ ସ୍ପଷ୍ଟ ହୋଇ ନ ଥିବାବେଳେ ସାମୁଦ୍ରିକ ଓ ବାୟୁମଣ୍ଡଳୀୟ ପରିସ୍ଥିତି ଅଧିକ ଅନୁକୂଳ ନ ଥିବାରୁ ଏହା ଲଘୁଚାପ କିମ୍ବା ସୁଦୃଶ ଲଘୁଚାପ କ୍ଷେତ୍ର ମଧ୍ୟରେ ସୀମିତ ରହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଅନ୍ୟପକ୍ଷରେ ସୋମବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ଆଉ କିଛି ଅଞ୍ଚଳରୁ ଅପସରି ଯାଇଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଦେଶର ଅବଶିଷ୍ଟ ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ପ୍ରତ୍ୟାବର୍ତ୍ତନ କରିବା ସହ ଦକ୍ଷିଣ ଉପଦ୍ୱୀପୀୟ ଭାରତରେ ଉତ୍ତର-ପୂର୍ବ ମୌସୁମୀ ବର୍ଷା ଆରମ୍ଭ ହେବା ପାଇଁ ପାଗ ଅନୁକୂଳ ହେଉଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ମୁତାବକ, ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଛି। ୫ଟି ସହରର ତାପମାତ୍ରା ୩୪ ଡିଗ୍ରୀ ଉପରେ ରହିଥିବାବେଳେ ଝାରସୁଗୁଡ଼ା ଓ ମାଲକାନଗିରିରେ ସର୍ବାଧିକ ୩୪.୪ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ପାରଳାଖେମୁଣ୍ଡିରେ ୩୪.୨, ତାଳଚେର ଓ ଛତ୍ରପୁରରେ ୩୪ ଡିଗ୍ରୀ ତାପମାତ୍ରା ରହିଥିଲା। ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ଦିନ ଓ ରାତି ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ନାହିଁି। ସେହିପରି ରାଜ୍ୟର କେତେକ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବର୍ଷାକୁ ନେଇ କୌଣସି ସତର୍କ ସୂଚନା ନ ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ୍‌ରେ CCTV ବାଧ୍ୟତାମୂଳକ, ୭ ଦିନ ମଧ୍ୟରେ କାର୍ଯ୍ୟକାରୀ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ କନ୍ଧମାଳ ପୋଲିସ ଏବେ ବଡ଼ ପଦକ୍ଷେପ ନେଇଛି । କନ୍ଧମାଳ ଏସପି…

କ୍ରିକେଟ ଜଗତରେ ଖୁବ ଚର୍ଚ୍ଚା, କାହାକୁ ଭୁଲ ମାଗିଲେ ଆକୃତି? ନିର୍ବନ୍ଧ ଭାଙ୍ଗିବାର ୨୬ ଦିନ ପରେ ପୁଣି ଏକାଠି ହୋଇଛନ୍ତି ଆକୃତି ଅଗ୍ରୱାଲ-ପୃଥ୍ବୀ ଶ’

ନୂଆଦିଲ୍ଲୀ,୧୩।୧୦: ଭାରତୀୟ ଦଳର ଓପନର୍‌ ପୃଥ୍ବୀ ଶ’ଙ୍କ ମଙ୍ଗେତର (fianc଼e) ଆକୃତି ଅଗ୍ରୱାଲ ଗତ ସେପ୍ଟେମ୍ବର ୧୭ରେ ସେମାନଙ୍କ ନିର୍ବନ୍ଧ ଭାଙ୍ଗିଯାଇଥିବା ନେଇ ଘୋଷଣା କରିଥିଲେ। କିନ୍ତୁ…

ବିଶ୍ୱକପ୍‌ ୨୦୨୭ ପୂର୍ବରୁ ଗମ୍ଭୀରଙ୍କୁ କୈଫ୍‌ଙ୍କ ଚେତାବନୀ, ବିରାଟ-ରୋହିତ ନୁହେଁ….

ନୂଆଦିଲ୍ଲୀ,୧୩।୧୦: ଆସନ୍ତା ୨୦୨୭ ଦିନିକିଆ ବିଶ୍ୱକପ୍‌କୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। କେଉଁ ଖେଳାଳି ବିଶ୍ୱକପ୍‌ ଦଳରେ ସ୍ଥାନ ପାଇବେ, ତାହାକୁ ନେଇ…

ପନ୍ତଙ୍କ ସ୍ଥାନ ନେବାର ସୁଯୋଗ ପାଇପାରନ୍ତି ଏହି ଖେଳାଳି, ଟି ୨୦ ପରେ ଏବେ ଟେଷ୍ଟ ଟିମରେ…

ନୂଆଦିଲ୍ଲୀ,୧୩।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଆଗାମୀ ଟେଷ୍ଟ ମ୍ୟାଚରେ ଭାରତୀୟ ୱିକେଟ କିପର-ବ୍ୟାଟର ଋଷଭ ପନ୍ତଙ୍କ ଅଂଶଗ୍ରହଣ ତାଙ୍କ ଫିଟନେସ ଉପରେ ନିର୍ଭର କରିବ। ଆହତ ସମସ୍ୟା ଯୋଗୁ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି।…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?