ସାବିତ୍ରୀରେ ଶ୍ୱଶୁର ଘରକୁ ଆସିବା ବେଳେ ବାଟରେ ହେଲା ବଡ଼ ଦୁର୍ଘଟଣା: ଚାଲିଗଲା ୨ ଜୀବନ

ଭଞ୍ଜନଗର,୨୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ମୁଖ୍ୟ ରାସ୍ତାର ଲାଠିପଡ଼ା ନିକଟରେ ସୋମବାର ପୂର୍ବାହ୍ନରେ ଗୋଟିଏ ବୁଲେଟ୍‌ ଓ ବାଇକ୍‌ ମଧ୍ୟରେ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଜଣେ ମୃତକଙ୍କ ଘର ସୋରଡ଼ା ନିକଟବର୍ତ୍ତୀ ସିଂହମର୍ଦ୍ଦନୀ ଗ୍ରାମର ବି.କେ ଭୂୟାଁ ହୋଇଥିବା ବେଳେ ଅନ୍ୟ ଜଣକର ପରିଚୟ ମିଳିନାହିଁ। ଏଥିସହ ଏହି ଦୁର୍ଘଟଣାରେ ଆଉ ଜଣେ ମଧ୍ୟ ଗୁରୁତର ହୋଇଛନ୍ତି। ତାଙ୍କର ଚେତା ନ ଥିବାରୁ ପରିଚୟ ମିଳିପାରିନାହିଁ।

ଘଟଣାରୁ ପ୍ରକାଶ ଯେ, ଭଞ୍ଜନଗର ଆଡୁ ଦୁଇଜଣ ଏକ ବାଇକ୍‌ରେ ସୋରଡ଼ା ଅଭିମୁଖେ ଯାଉଥିବା ବେଳେ ଏହି ସମୟରେ ବିପରୀତ ଦିଗରୁ ସିଂହମର୍ଦ୍ଦନୀ ଗ୍ରାମର ବିରଞ୍ଚି ଶ୍ୱଶୁର ଘର ଗୁଡ଼ିପଲିକୁ ଅମାବାସ୍ୟା ପାଇଁ ଆସୁଥିଲେ। ଏହି ସମୟରେ ଲାଠିପଡ଼ା ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବିରଞ୍ଚିଙ୍କୁ ସୋରଡ଼ା ମେଡିକାଲ ଚିକିତ୍ସା ପାଇଁ ନିଆଯାଇଥିବା ବେଳେ ଅନ୍ୟ ଦୁଇଜଣକୁ ଭଞ୍ଜନଗର ମେଡିକାଲକୁ ଚିକିତ୍ସା ପାଇଁ ଅଣାଯାଇଥିଲା। ଭଞ୍ଜନଗର ମେଡିକାଲରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ସୋରଡ଼ା ମେଡିକାଲରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଖବର ପାଇ ଭଞ୍ଜନଗର ଆଞ୍ଚଳିକ ପରିବହନ ଅଧିକାରୀ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri