ସାବିତ୍ରୀରେ ଶ୍ୱଶୁର ଘରକୁ ଆସିବା ବେଳେ ବାଟରେ ହେଲା ବଡ଼ ଦୁର୍ଘଟଣା: ଚାଲିଗଲା ୨ ଜୀବନ

ଭଞ୍ଜନଗର,୨୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ମୁଖ୍ୟ ରାସ୍ତାର ଲାଠିପଡ଼ା ନିକଟରେ ସୋମବାର ପୂର୍ବାହ୍ନରେ ଗୋଟିଏ ବୁଲେଟ୍‌ ଓ ବାଇକ୍‌ ମଧ୍ୟରେ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଜଣେ ମୃତକଙ୍କ ଘର ସୋରଡ଼ା ନିକଟବର୍ତ୍ତୀ ସିଂହମର୍ଦ୍ଦନୀ ଗ୍ରାମର ବି.କେ ଭୂୟାଁ ହୋଇଥିବା ବେଳେ ଅନ୍ୟ ଜଣକର ପରିଚୟ ମିଳିନାହିଁ। ଏଥିସହ ଏହି ଦୁର୍ଘଟଣାରେ ଆଉ ଜଣେ ମଧ୍ୟ ଗୁରୁତର ହୋଇଛନ୍ତି। ତାଙ୍କର ଚେତା ନ ଥିବାରୁ ପରିଚୟ ମିଳିପାରିନାହିଁ।

ଘଟଣାରୁ ପ୍ରକାଶ ଯେ, ଭଞ୍ଜନଗର ଆଡୁ ଦୁଇଜଣ ଏକ ବାଇକ୍‌ରେ ସୋରଡ଼ା ଅଭିମୁଖେ ଯାଉଥିବା ବେଳେ ଏହି ସମୟରେ ବିପରୀତ ଦିଗରୁ ସିଂହମର୍ଦ୍ଦନୀ ଗ୍ରାମର ବିରଞ୍ଚି ଶ୍ୱଶୁର ଘର ଗୁଡ଼ିପଲିକୁ ଅମାବାସ୍ୟା ପାଇଁ ଆସୁଥିଲେ। ଏହି ସମୟରେ ଲାଠିପଡ଼ା ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବିରଞ୍ଚିଙ୍କୁ ସୋରଡ଼ା ମେଡିକାଲ ଚିକିତ୍ସା ପାଇଁ ନିଆଯାଇଥିବା ବେଳେ ଅନ୍ୟ ଦୁଇଜଣକୁ ଭଞ୍ଜନଗର ମେଡିକାଲକୁ ଚିକିତ୍ସା ପାଇଁ ଅଣାଯାଇଥିଲା। ଭଞ୍ଜନଗର ମେଡିକାଲରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ସୋରଡ଼ା ମେଡିକାଲରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଖବର ପାଇ ଭଞ୍ଜନଗର ଆଞ୍ଚଳିକ ପରିବହନ ଅଧିକାରୀ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?