ଆସୁଛି ବଡ଼ ଲଘୁଚାପ: ୨୪ଘଣ୍ଟା ଭିତରେ ମାଡ଼ି ଆସୁଛି ଝଡବର୍ଷା, ୮ଜିଲାରେ…

ଭୁବନେଶ୍ୱର,୨୩।୫: ଆସୁଛି ବଡ଼ ଲଘୁଚାପ। ୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଦେଲା ପାଣିପାଗ ବିଭାଗ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ସୃଷ୍ଟି ହେବାର ୨ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ନେଇ ପୂର୍ବାନୁମାନ କରିଛି ବିଭାଗ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ ।

ସେପଟେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୭ ଓ ୨୮ଏହି ଦୁଇଦିନ ରାଜ୍ୟର ରେ ଅନେକ ସ୍ଥାନରେ ବର୍ଷା ସହ ଦକ୍ଷିଣ ଓଡ଼ିଶାର କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ କେନ୍ଦ୍ର। ଆସନ୍ତା ୭ ଦିନ ଯାଏ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ବିଜୁଳି ଘଡ ଘଡି ସହ ବର୍ଷା ସମ୍ଭାବନା ସହ ଝଡ ପବନ ବହିବା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୮ ଜିଲାକୁ ୟେଲୋ ୱାର୍ଣିଂ ରହିଛି। ମାଲକାନଗିରି, କୋରାପୁଟ,ରାୟଗଡ଼ା, ଗଜପତି, ଗଞ୍ଜାମ , କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ସହ 30 ରୁ 40 କିମି ବେଗରେ ବହିବ ଝଟକା ପବନ । ମୋଟ ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣିଂ ଜାରି କରିଛି କେନ୍ଦ୍ର । ଆସନ୍ତାକାଲି ୧୨ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ଥିବା ବେଳେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣି ଜାରି କରାଯାଇଛି। । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବର୍ଷା ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri