ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ପୁଣିଥରେ ଉତ୍ତର ଓଡ଼ିଶାରେ ବର୍ଷା ପରିମାଣ ବୃଦ୍ଧି ପାଇବ।

ସେପଟେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପ୍ରଥମେ ଉତ୍ତର-ଉତ୍ତରପଶ୍ଚିମ ଏବଂ ପରେ ଉତ୍ତରପଶ୍ଚିମ ଦିଗକୁ ଗତି କରି ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି । ଅବପାତ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ମଙ୍ଗଳବାର ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଅଛି । ବିଶେଷକରି ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି । ସେହିପରି ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ସୁବର୍ଣ୍ଣପୁର, ବଲାଙ୍ଗୀର ଜିଲାକୁ ୟେଲୋ ଓ୍ବାର୍ନିଂ ଏବଂ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ସୁବର୍ଣ୍ଣପୁର ଓ ବଲାଙ୍ଗୀର ଜିଲାରେ ଘଡ଼ଘଡ଼ି ସହିତ ଝଡ଼ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri