ବଡ଼ ଧରଣର ଡକାୟତି ଲାଗି କରିଥିଲେ ଯୋଜନା, ପଣ୍ଡ କରିଦେଲା ଅଡ଼ବା ପୋଲିସ, ୭ ଅପରାଧୀଙ୍କୁ…

ମୋହନା,୧୫ା୧(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସ ଗୁରୁବାର ମଧ୍ୟାହ୍ନରେ ଅପରାଧୀମାନଙ୍କ ଏକ ବଡଧରଣର ଡକାୟତି ଉଦ୍ୟମକୁ ପଣ୍ଡ କରିଦେଇଛି। ଏଥିରେ ସମ୍ପୃକ୍ତ ୭ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଚିକୁ ବିଷୋୟୀ(୨୬),ଜିଗର ନାୟକ(୨୫), ସାଗର ନାୟକ(୧୯),ଲିକୁନୁ ସେଠୀ(୨୪), ମିଲନ ଦୋରା(୨୫), ମିଥୁନ ନାୟକ (୨୬) ଓ ସିଦ୍ଧାନ୍ତ ସାମଲ(୨୩)। କେସ୍‌ ନଂ. ୨୨/୨୬ରେ ମାମଲା ରୁଜୁ ହୋଇ ତଦନ୍ତ ଆରମ୍ଭ ହୋଇଛି।

ଖବରରୁ ପ୍ରକାଶ, ଡକାୟତି କରିବାକୁ ଗଞ୍ଜାମ ଓ ବରଗଡ଼ରୁ କେତେ ଜଣ ଅପରାଧୀ ଯାଉଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ରାସ୍ତାରେ ଗାଡ଼ିମୋଟର ଯାଞ୍ଚ କରିଥିଲା। ଏହି ସମୟରେ ଏକ କାର (ଓଡି୦୨ସିପି-୧୬୪୧)କୁ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ସେଥିରୁ ଗୋଟିଏ ପିସ୍ତଲ, ୩ଟି ଜୀବନ୍ତ ଗୁଳି, ମାରଣାସ୍ତ୍ର, ୬ଟି ମୋବାଇଲ ପୋଲିସ ଜବତ କରି ଉପରୋକ୍ତ ୭ଜଣଙ୍କୁ ଗିରଫ କରି ଆଣିଥିଲା। ସେମାନେ ଗଞ୍ଜାମ ଜିଲା ପାଟପୁର ଓ ବଡ଼ଗଡ଼ ଥାନା ଅଞ୍ଚଳର ହୋଇଥିବା ବେଳେ ପେସାଦାର ଅପରାଧୀ ବୋଲି ଜଣାପଡିଛି। ଏହି ଅପରାଧୀମାନେ ଅପରାଧ ଘଟାଇବା ପାଇଁ ଗଞ୍ଜାମ ଜିଲାରୁ ଗୁଣପୁର ଅଞ୍ଚଳକୁ ଯାଉଥିଲେ। ଏ ସମ୍ପର୍କରେ ସୂଚନା ପାଇ ଅଡବା ପୋଲିସ ଗାଡ଼ିମୋଟର ଧରପଗଡ କରି ସେମାନଙ୍କୁ ଧରିଥିଲା। ଗୁଣପୁର ଅଞ୍ଚଳରେ ଏକ ବଡ଼ ଧରଣର ଡକାୟତି କରିବାକୁ ସେମାନେ ଯାଉଥିଲେ ବୋଲି ପଚରାଉଚରା ବେଳେ ସ୍ବୀକାର କରିଛନ୍ତି। ଗିରଫ ଅଭିଯୁକ୍ତମାନଙ୍କ ନାମରେ ବିଭିନ୍ନ ଥାନାରେ ମାମଲା ରହିଛି। ଏହାର ଅଧିକ ତଦନ୍ତ ଜାରି ରହିଛି। ସବିଶେଷ ତଥ୍ୟ ମିଳିବା ପରେ ପ୍ରକୃତରହସ୍ୟ ଜଣାପଡିବ ବୋଲି ଆର. ଉଦୟଗିରି ଏସ୍‌ଡିପିଓ ରାକେଶ ସାହୁ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଜନତାଙ୍କ ସହ ହୋଲି ଖେଳି ଶୁଭେଚ୍ଛା ଜଣାଇଲେ ଏମ୍‌ପି-ଏମ୍‌ଏଲ୍‌ଏ

ପାଟଣା,୪ା୩(ବୀରକିଶୋର ଦାଶ): ରଙ୍ଗର ପର୍ବ ହୋଲି ଅବସରରେ ବୁଧବାର କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଓ ପାଟଣା ଏମ୍‌ଏଲ୍‌ଏ ଅଖିଳ ନାଏକ ପାଟଣା ନିର୍ବାଚନ ମଣ୍ଡଳୀର ସାହାରପଡ଼ା…

ଗଞ୍ଜାମରେ ଧୂମଧାମରେ ପାଳନ ହେଲା ହୋଲି :ସାମିଲ ହେଲେ ମହିଳା

ଗଞ୍ଜାମ,୪/୩(ବିଦ୍ୟାଧର ସାହୁ ):ସମଗ୍ର ଭାରତ ବର୍ଷରେ ପବିତ୍ର ହୋଲି ପାଳନ ହେଉଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ରଙ୍ଗର ପର୍ବ ହୋଲି ଧୂମଧାମରେ ପାଳିତ ହୋଇଛି। ୱାର୍ଡ…

ଛୋଟ ପିଲା ଖେଳିଲେ ହୋଲି : ପ୍ଲାଷ୍ଟିକ ଡବା ବଜାଇ…

କେସିଙ୍ଗା,୪।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ଗ୍ରାମରେ ପବିତ୍ର ହୋଲି ପର୍ବ ବୁଧବାର ଧୂମଧାମରେ ପାଳନ ହୋଇଛି। କୁନିକୁନି ଛାତ୍ରୀଛାତ୍ର ରଙ୍ଗ ଲଗାଇ ଏହି…

ବଡ଼ଛତ୍ରଙ୍ଗରେ ଉତ୍ସାହର ସହ ପାଳିତ ହେଲା ହୋଲି :  ସାଂସ୍କୃତିକ କାର୍ଯ୍ୟକ୍ରମରେ କମ୍ପିଲା ଗାଁ

ଥୁଆମୂଳରାମପୁର, ୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକର ବଡ଼ଛତ୍ରଙ୍ଗ ଗ୍ରାମରେ ରାଧାକୃଷ୍ଣ ପୂଜା କମିଟି ପକ୍ଷରୁ ଚଳିତ ବର୍ଷର ପବିତ୍ର ହୋଲି ଉତ୍ସବ ଅତ୍ୟନ୍ତ…

ଛାତ୍ରାବାସରୁ ୧୦ ଛାତ୍ର ହଷ୍ଟେଲରୁ ଫେରାର୍‌ ଘଟଣା: ଜଙ୍ଗଲରେ ରାତି ବିତାଇଲେ ଦ୍ୱିତୀୟ ଶ୍ରେଣୀ ଛାତ୍ର, ଭୋର୍‌ରୁ ହେଲେ ଉଦ୍ଧାର

ଦାରିଙ୍ଗବାଡି, ୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ସାମନବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪୦ଶଯ୍ୟା ବିଶିଷ୍ଟ ଛାତ୍ରାବାସରୁ ମଙ୍ଗଳବାର…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri