Posted inଜାତୀୟ

ଅଗଷ୍ଟ ୧୫ରେ ଜମ୍ମୁ-କଶ୍ମୀରରେ ହୋଇପାରେ ବଡ ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ,୧୨।୮: ଦେଶର ସୁରକ୍ଷା ଏବଂ ଗୁପ୍ତଚର ଏଜେନ୍ସି ଅଗଷ୍ଟ ୧୫କୁ ନେଇ ଏକ ବଡ଼ ସତର୍କ ସୂଚନା ଜାରି କରିଛି। ଏହି ସତର୍କ ସୂଚନାରେ ଅଗଷ୍ଟ ୧୫କିମ୍ବା ତା ପୂର୍ବରୁ ଜମ୍ମୁ କଶ୍ମୀରରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ କରାଯାଇପାରିବ ବୋଲି ସୁରକ୍ଷା ଏଜେନ୍ସି କହିଛି।
ଗୁପ୍ତଚର ଇନପୁଟରେ ଏହା ସ୍ପଷ୍ଟ ଭାବେ କୁହାଯାଇଛି ଯେ ଜମ୍ମୁ କଶ୍ମୀର ଆତଙ୍କବାଦୀଙ୍କ ଟାର୍ଗେଟ, ତେଣୁ ପୋଲିସ ପ୍ରଶାସନକୁ ବହୁତ ସତର୍କ ରହିବା ଆବଶ୍ୟକ। ଏହି ସତର୍କ ସୂଚନା ପରେ ଜମ୍ମୁ କଶ୍ମୀର ପୋଲିସ ମଧ୍ୟ ସତର୍କତା ବୃଦ୍ଧି କରିଛି। ବିଭିନ୍ନ ସ୍ଥାନରେ ବଡ଼ ଧରଣର ଯାଞ୍ଚ ଅଭିଯାନ ଚାଲିଛି । ପୋଲିସର ପାଟ୍ରୋଲିଂକୁ ମଧ୍ୟ ବୃଦ୍ଧି କରାଯାଇଛି।

ସୂଚନାଯୋଗ୍ୟ, ଗତ କିଛି ଦିନ ହେବ ଜମ୍ମୁ କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ବୃଦ୍ଧି ପାଇଛି। ୭୮ ଦିନ ମଧ୍ୟରେ ଏଠାରେ ୧୧ଟି ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ରାଜ୍ୟରେ ଅନେକ ଆତଙ୍କବାଦୀ ଲୁଚି ରହିଥିବା ଇନପୁଟ ମଧ୍ୟ ଅଛି। ଏସବୁ ମଧ୍ୟରେ ବାଂଲାଦେଶରେ ହୋଇଥିବା ହିଂସା ଏବଂ ପୁଲୱାମା ଆକ୍ରମଣ ପରେ ସେଠାରୁ ବହୁ ସଂଖ୍ୟକ ଲୋକ ଭାରତ ଆସିବାକୁ ସୀମାରେ ପହଞ୍ଚିଛନ୍ତି। ଏସବୁ ହେତୁ ଦେଶରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri