Posted inଫୁରସତ

ଅଜବ ମାସ୍କ ପିନ୍ଧି ଖାଇବାରେ ବ୍ୟସ୍ତ ଜଣେ ବ୍ୟକ୍ତି, ଭିଡିଓ ଦେଖିଲେ…

କରୋନା ମହାମାରୀ ପୁଣି ଥରେ କାୟା ବିସ୍ତାର କଲାଣି। ଅତୀତରେ ସମଗ୍ର ବିଶ୍ୱରେ ଏହି ରୋଗରେ ଲକ୍ଷ ଲକ୍ଷ ଲୋକଙ୍କର ଜୀବନ ଯାଇଛି। ଚାଇନାରେ ଏହା ପୁଣିଥରେ ତା’ର ଭୟାବହତା ଦେଖାଇବା ଆରମ୍ଭ କରିଛି। ଏଭଳି ପରିସ୍ଥିତିରେ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସମସ୍ତ ସତର୍କତା ଅବଲମ୍ବନ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ। କରୋନାକୁ ଏଡ଼ାଇବା ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅସ୍ତ୍ର ହେଉଛି ସାନିଟାଇଜର ଏବଂ ମାସ୍କ, ଯାହାର ବିଭିନ୍ନ ଡିଜାଇନ ଏବଂ ବ୍ରାଣ୍ଡ ବଜାରରେ ଉପଲବ୍ଧ ହେଉଛି। ଏବେ ଏକ ଅଦ୍ଭୁତ ମାସ୍କକୁ ନେଇ ଚର୍ଚ୍ଚା ହେଉଛି।

ଫେସ୍‌ ମାସ୍କ ଲଗାଇବା ପରେ ଖାଇବା ପିଇବା ସମୟରେ ବହୁ ସମସ୍ୟା ଦେଖାଦେଇଥାଏ। ଏଭଳି ପରିସ୍ଥିତିରେ ଜଣେ ବ୍ୟକ୍ତି ଏପରି ମାସ୍କ ତିଆରି କରିଛନ୍ତି, ଯାହାକୁ ନ କାଢ଼ି ମଧ୍ୟ ଆରାମରେ ଖାଇପାରିବେ, ପାଣି ପିଇ ପାରିବେ ଏବଂ ମଦ୍ୟପାନ ମଧ୍ୟ କରିପାରିବେ। ଏହି ମାସ୍କର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଭାଇରାଲ ଭିଡିଓରେ ଜଣେ ବ୍ୟକ୍ତି ରେଷ୍ଟୁରାଣ୍ଟରେ ବସିଛନ୍ତି। ତାଙ୍କ ମୁହଁରେ ଏକ ବଗ ଥଣ୍ଟ ପରି ମାସ୍କ ରହିଛି। ତାଙ୍କ ସାମ୍ନାରେ କିଛି ଖାଦ୍ୟ ଥୁଆ ହୋଇଛି। ସେ ମାସ୍କକୁ ଅତି ଅଜବ ଉପାୟରେ ବ୍ୟବହାର କରି ସ୍ନାକ୍ସ ଏବଂ ଅନ୍ୟାନ୍ୟ ଜିନିଷ ଖାଉଛନ୍ତି। ଭିଡିଓଟି କେଉଁଠୁ ଆସିଛି ଏବଂ କେବେ ରେକର୍ଡ ହୋଇଛି ତାହା କୁହାଯାଇ ନାହିଁ, କିନ୍ତୁ ଲୋକମାନେ ଏହାକୁ ଦେଖି ବହୁତ ମଜା ଉଠାଉଛନ୍ତି।

ଏହି ମଜାଦାର ଭିଡିଓଟି @safiranand ନାମକ ଏକ ଟୁଇଟର ଆକାଉଣ୍ଟରେ ଶେୟାର କରାଯାଇଛି। ଏହି ଭିଡିଓକୁ ଏପର୍ଯ୍ୟନ୍ତ ୧୩ ହଜାରରୁ ଅଧିକ ଲୋକ ଦେଖିଥିବାବେଳେ ଶହ ଶହ ଲୋକ ଏହାକୁ ପସନ୍ଦ କରିଛନ୍ତି। ଏହି ଅଜବ ମାସ୍କର ଆଇଡିଆ ଦେଖିବା ପରେ ଲୋକମାନେ ମଧ୍ୟ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। କିଛି ଲୋକ ଏହା ଦେଖି ହସର ଇମୋଜି ଦେଇଥିବା ବେଳେ ଆଉ କିଛି ୟୁଜର ଏହାକୁ ଏକ ଡ୍ରାମା ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri